ଦେବଗିରି ନାରଦ ସମ୍ମାନ ପାଇଲେ ବରିଷ୍ଠ ସାମ୍ବାଦିକ ବିଜୟ ଦ୍ବିବେଦୀ 

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ରାଜ୍ୟସ୍ତରୀୟ କୁମାରସ୍ବାମୀ ମହୋତ୍ସବ ଅବସରରେ ବରିଷ୍ଠ ସାମ୍ବାଦିକ ବିଜୟ ଦ୍ବିବେଦୀଙ୍କୁ ମର୍ଯ୍ୟାଦାଜନକ ‘ଦେବଗିରି ନାରଦ  ସମ୍ମାନ-୨୦୨୨’ ପ୍ରଦାନ କରାଯାଇଛି। ୧୯୮୯ ମସିହାରୁ ସାମ୍ବାଦିକତା ଜୀବନ ଆରମ୍ଭ କରିଥିବା ଶ୍ରୀ ଦ୍ବିବେଦୀ ୧୯୯୨ ମସିହାରୁ ଦୈନିକ ‘ସମାଜ’ ଖବରକାଗଜର କଳାହାଣ୍ଡି ଜିଲ୍ଲା ପ୍ରତିନିଧି ଭାବେ କାର୍ଯ୍ୟରତ। ଅବିଭକ୍ତ କଳାହାଣ୍ଡି ଜିଲ୍ଲାର ବିଭିନ୍ନ ସମସ୍ୟାକୁ ସେ ନିଜ ଖବରକାଗଜ ମାଧ୍ଯମରେ ପ୍ରକାଶିତ କରି ପ୍ରଶାସନ ଓ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିଆସୁଛନ୍ତି। ଉତ୍କୃଷ୍ଟ ମାନର ସମ୍ବାଦ ସହ କଳାହାଣ୍ଡି ଗ୍ରାମାଞ୍ଚଳ ଓ ଉପାନ୍ତ ଅଞ୍ଚଳର ଖବର ପରିବେଷଣ ପାଇଁ ଶ୍ରୀ ଦ୍ବିବେଦୀ ସି.ଆର. ଇରାନୀ ସମ୍ମାନ ସମେତ ଅନେକ ସମ୍ମାନ ପ୍ରାପ୍ତ ହୋଇଛନ୍ତି। ସାମ୍ବାଦିକତା ବ୍ୟତୀତ ସାହିତ୍ୟ ସାଧନା ଓ ସଂଗଠନରେ ତାଙ୍କର ଅନୁଭବ ରହିଛି। କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ ଅନ୍ତର୍ଗତ ବୁଢୀପଦର ଠାରେ ଦେବଗିରି ସାଂସ୍କୃତିକ ଅନୁଷ୍ଠାନର ୩୦ତମ ବାର୍ଷିକ ଉତ୍ସବ ତଥା ରାଜ୍ୟସ୍ତରୀୟ କୁମାରସ୍ୱାମୀ ମହୋତ୍ସବର ଉଦଜାପନି ସନ୍ଧ୍ୟାର ମୁଖ୍ୟ ଅତିଥି ନର୍ଲା ବିଧାୟକ ଭୁପିନ୍ଦର ସିଂଙ୍କ ସମେତ ମହୋତ୍ସବର ବିଶିଷ୍ଟ ଅତିଥି ମହାବୀର ସାଂସ୍କୃତିକ ଅନୁଷ୍ଠାନର ସଭାପତି ଜୟନ୍ତ ବେହେରା, ସ୍ବତନ୍ତ୍ର ଅତିଥି କଳାହାଣ୍ଡି ବିଶ୍ବ ବିଦ୍ୟାଳୟର କୁଳପତି ପ୍ରଫେସର ସଞ୍ଜୟ କୁମାର ସତପଥି, ମୁଖ୍ୟ ବକ୍ତା କଳାହାଣ୍ଡି ବିଶ୍ବ ବିଦ୍ୟାଳୟ ପିଜି କାଉନସିଲ ଚେୟାରମେନ ମେଜର୍ ଡ. ଜୟଦେବ ସାହୁ, ସମ୍ମାନିତ ଅତିଥି ସମ୍ବଲପୁର ବିଶ୍ବ ବିଦ୍ୟାଳୟର ରେଜିଷ୍ଟ୍ରାର ଡ଼. ନୃପରାଜ ସାହୁ,  ଓଡିଶା ସଂଗୀତ ନାଟକ ଏକାଡେମୀ ସଦସ୍ୟ ଧ୍ୟାନାନନ୍ଦ ପଣ୍ଡା, ବିଶିଷ୍ଟ ଉଦ୍ୟୋଗପତି ସୁମିତ କୁମାର ଅଗ୍ରୱାଲ, ଦେବଗିରି ସାଂସ୍କୃତିକ ଅନୁଷ୍ଠାନର ମୁଖ୍ୟ ଉପଦେଷ୍ଟା ବିଜୟ କୁମାର ଧଙ୍ଗଡାମାଝୀ, ସଭାପତି ସଞ୍ଜୟ କୁମାର ଧଙ୍ଗଡାମାଝୀ, ଯୁଗ୍ମ ସମ୍ପାଦକ ସୁଧୀର ଧଙ୍ଗଡ଼ାମାଝୀ ପ୍ରମୁଖ ଉପସ୍ଥିତ ରହି ବିଜୟ ଦ୍ବିବେଦୀଙ୍କୁ ଦେବଗିରି ନାରଦ ସମ୍ମାନରେ ସମ୍ମାନୀତ କରିଥିଲେ।
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.