ଇନ୍ଦ୍ରାବତୀ ଉଚ୍ଚ ବିଦ୍ୟାଳୟ ଡ଼ଙ୍ଗରୀଗୁଡାରେ ବ୍ଲକ ସ୍ତରୀୟ ବିଜ୍ଞାନ ମେଳା

ଓଡ଼ିଆ ବାର୍ତ୍ତା/ କୋକସରା (ହିରଣ୍ୟ ବେହେରା): ଇନ୍ଦ୍ରାବତୀ ସରକାରୀ ଉଚ୍ଚ ବିଦ୍ୟାଳୟ ଡ଼ଙ୍ଗରୀଗୁଡା ଠାରେ କୋକସରା ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ନେପାଳ ଚନ୍ଦ୍ର ବାଗଙ୍କ ସଭାପତିତ୍ୱରେ ଆୟୋଜିତ ପ୍ରଥମ ଅଧିବେଶନରେ ମୁଖ୍ୟ ଅତିଥି ଭାବେ ରେଙ୍ଗାଲପାଲି ସରପଞ୍ଚ ପଦ୍ମିନୀ ପାତ୍ର, କୋକସରା ଜବାହାର ଉଚ୍ଚ ବିଦ୍ୟା ପୀଠ ନୋଡାଲ ପ୍ରଧାନ ଶିକ୍ଷକ ସୁଧୀର କୁମାର ପଣ୍ଡା, ଇନ୍ଦ୍ରାବତୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଭବାନୀ ଶଙ୍କର ପଣ୍ଡା, ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ତୋଫାନ ମାଝୀ, ଲଡ଼ୁଗାଁ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅଶୋକ କୁମାର ଦାସ, ନେଗୀଗୁଡା ସ୍କୁଲର ପ୍ରଧାନ ଶିକ୍ଷକ ଯୁବରାଜ ଜାଲ, କୋଉଡୋଳା ସ୍କୁଲର ପ୍ରଧାନ ଶିକ୍ଷକ ପ୍ରସନ୍ନ କୁମାର ସିଂହ ପ୍ରମୁଖ ମଞ୍ଚାସିନ ରହିଥିଲେ। ଏହି ବିଜ୍ଞାନ ମେଳାରେ ବ୍ଲକର ୪୨ଟି ବିଦ୍ୟାଳୟ ରୁ ୬୪ଟି ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା। ଏହି ପ୍ରକଳ୍ପର ପର୍ଯ୍ୟବେକ୍ଷକ ଭାବେ ଶିକ୍ଷକ ରାଜେଶ କୁମାର ମାଝୀ ଓ ମହେଶ କୁମାର ଭାଟି ରହିଥିଲେ।ପରେ ଛାତ୍ରଛାତ୍ରୀ ମାନଙ୍କୁ ନେଇ ସାଂସ୍କୃତିକ କାର୍ଯ୍ୟକ୍ରମ ଏବଂ କନିଷ୍ଠ ଓ ବରିଷ୍ଠ ବିଭାଗରେ ସାଧାରଣ ଜ୍ଞାନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।

Omkar Vasthu
Omkar Vasthu

ସେହିପରି ଭାବେ ଦ୍ଵିତୀୟ ଅଧିବେଶନରେ କୋକସରା ଜବାହାର ଉଚ୍ଚ ବିଦ୍ୟପୀଠର ନୋଡାଲ ପ୍ରଧାନ ଶିକ୍ଷକ ସୁଧୀର କୁମାର ପଣ୍ଡାଙ୍କ ସଭାପତିତ୍ୱରେ ଆୟୋଜିତ ହୋଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ କୋକସରା ବ୍ଲକ ଉପାଧ୍ୟକ୍ଷ ରାଜୀବ କୁମାର ଅଗ୍ରୱାଲ, ମୁଖ୍ୟବକ୍ତା ଭାବେ ରବୀନ୍ଦ୍ର ପଟ୍ଟନାୟକ, ସମ୍ମାନୀତ ଅତିଥି ଭାବେ ରେଙ୍ଗାଲପାଲି ସରପଞ୍ଚ ପଦ୍ମିନୀ ପାତ୍ର, ବ୍ଲକ ଶିକ୍ଷା ଅଧିକାରୀ ନେପାଳ ଚନ୍ଦ୍ର ବାଗ, ଲଡ଼ୁଗାଁ ପ୍ରଧାନ ଶିକ୍ଷକ ଅଶୋକ କୁମାର ଦାସ, ନେଗୀଗୁଡା ପ୍ରଧାନ ଶିକ୍ଷକ ଯୁବରାଜ ଜାଲ, ପ୍ରସନ୍ନ କୁମାର ସିଂହ, ପ୍ରକାଶ ନିଶାଙ୍କ ପ୍ରମୁଖ ଯୋଗ ଦେଇଥିଲେ।କନିଷ୍ଠ ଓ ବରିଷ୍ଠ ବର୍ଗରେ କୃତକାର୍ଯ୍ୟ ହେଇଥିବା ୬ ଜଣ ଛାତ୍ରଙ୍କୁ ଅତିଥିଙ୍କ ଦ୍ୱାରା ମାନପତ୍ର ପ୍ରଦାନ କରି ଆସନ୍ତା ଡ଼ିସେମ୍ବର ୧୮ ତାରିଖ ହେବାକୁ ଥିବା ଜିଲ୍ଲା ସ୍ତରୀୟ ବିଜ୍ଞାନ ମେଳାରେ ଯୋଗଦେବା ପାଇଁ ମନୋନୀତ ହୋଇଥିବା ଘୋଷଣା କରାଯାଇଥିଲା। ବ୍ଲକର ସମସ୍ତ ସ୍କୁଲର ଛାତ୍ର ଛାତ୍ରୀ ଅଭିଭାବକ ଓ ଶିକ୍ଷକ ଶିକ୍ଷୟିତ୍ରୀମାନେ ଉପସ୍ଥିତ ରହି ଉତ୍ସାହିତ କରିଥିଲେ। ଶିକ୍ଷକ ସାମନ୍ତ ପଟ୍ଟଯୋଶୀ, ବୈକୁଣ୍ଠ ଜାଲ, ସଂଜୀବ ପାଢ଼ୀ, ମଞ୍ଚ ପରିଚାଳନା କରିଥିବା ବେଳେ ଇନ୍ଦ୍ରାବତୀ ସରକାରୀ ଉଚ୍ଚ ବିଦ୍ୟାଳୟର ସଂସ୍କୃତ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡା ଧନ୍ୟବାଦ ଦେଇଥିଲେ।

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.