ସରକାରୀ ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ସ୍ୱର୍ଣ୍ଣ ଜୟନ୍ତୀ ପାଳିତ

ଓଡ଼ିଆ ବାର୍ତ୍ତା/ ଭବାନୀପାଟଣା (ଅଲତାଫ ଅଲ୍ଲି ଖାଁ): ସ୍ଥାନୀୟ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ପରିସରରେ ସରକାରୀ ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ପାଳନ ଅବସରରେ ବାର୍ଷିକ କ୍ରୀଡା ଓ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଟେମଲାଲ ଦୁବେ, ସମ୍ମାନିତ ଅତିଥି ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଜୟ ମାଝୀ, ବରିଷ୍ଠ ଶିକ୍ଷକ ପ୍ରଶିକ୍ଷକ ନରୋତ୍ତମ୍ ଭୋଇ ଅତିଥି ଭାବେ ଛାତ୍ର ଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ। କାର୍ଯ୍ୟକ୍ରମରେ ସଭାପତିତ୍ବ କରିଥିଲେ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ଅଧକ୍ଷା ସ୍ନେହପ୍ରଭା ମହାପାତ୍ର। ପ୍ରଧାନ ଶିକ୍ଷୟିତ୍ରୀ ମେରିଲିନ ସୁଧାଂଶୁମୟୀ ମହାନ୍ତି ବିଦ୍ୟାଳୟର ବାର୍ଷିକ ବିବରଣୀ ପାଠ କରିଥିଲେ। ମଞ୍ଚ ପରିଚାଳନା କରିଥିଲେ ବରିଷ୍ଠ ଶିକ୍ଷକ ପ୍ରଶିକ୍ଷକ ଈଶ୍ୱର ଚନ୍ଦ୍ର ବେହେରା । କ୍ରୀଡା ଓ ଅନ୍ୟ ପ୍ରତିଯୋଗିତା ଗୁଡିକରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କାର ବିତରଣ କରିବାରେ ଶିକ୍ଷୟତ୍ରୀ ପୁଷ୍ପଲତା ବାଗ ସହଯୋଗ କରିଥିଲେ। ପୁରସ୍କାର ବିତରଣ ପରେ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।ଶେଷରେ ସହ ଶିକ୍ଷୟତ୍ରୀ ବିଷ୍ଣୁପ୍ରିୟା ସାହାଣୀ ଧନ୍ୟବାଦ ଅର୍ପଣ କରିଥିଲେ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.