ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକ ଶାନ୍ତିବନ ଠାରେ ଆୟୋଜିତ ‘ଅ’ ସାହିତ୍ୟ ସାଂସ୍କୃତିକ ଅନୁଷ୍ଠାନର ତୃତୀୟ ବାର୍ଷିକ ଉତ୍ସବରେ କେସିଙ୍ଗା ବ୍ଲକର ଉଦୟମାନ ଯୁବ ପ୍ରତିଭା ରମାକାନ୍ତ ସିଂହ ସାହାଣୀ କଳା ଓ ସାହିତ୍ୟ କ୍ଷେତ୍ରରେ ସମ୍ବର୍ଦ୍ଧିତ ହୋଇଛନ୍ତି। ଅନୁଷ୍ଠାନର ସଭାପତି ନରେଶ କୁମାର ସାହୁଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ଭାବେ ସମାଜସେବୀ ଚିତ୍ତରଞ୍ଜନ ମଣ୍ଡଳ, ସମ୍ମାନୀତ ଅତିଥି ଭାବେ ବିଜେପୁର ମହାବିଦ୍ୟାଳୟ ଅଧ୍ୟକ୍ଷ ପ୍ରଦୀପ କୁମାର ମିଶ୍ର, ମୁଖ୍ୟ ବକ୍ତା ଭାବରେ ମ.ରାମପୁର ମହାବିଦ୍ୟାଳୟର ଓଡ଼ିଆ ଅଧ୍ୟାପକ ଶୈଳେନ୍ଦ୍ର ଆଚାର୍ଯ୍ୟ ପ୍ରମୁଖ ଯୋଗ ଦେଇଥିଲେ। ବର୍ତ୍ତମାନ ଶ୍ରୀ ସାହାଣୀ ଖଡ଼ିଆଳ ସ୍ୱୟଂଶାସିତ ମହାବିଦ୍ୟାଳୟ ଓଡ଼ିଆ ବିଭାଗରେ ଅତିଥି ଅଧ୍ୟାପକ ଭାବେ କାର୍ଯ୍ୟରତ।