ଓଡ଼ିଶା ଆଦର୍ଶ ବିଦ୍ୟାଳୟ ରେଗେଡାର ପଞ୍ଚମ ବାର୍ଷିକ ଉତ୍ସବ ସମାରୋହ

ଓଡିଆ ବାର୍ତ୍ତା/ କଳାହାଣ୍ଡି (ନବୀନ କିଶୋର ସାହୁ): କର୍ଲାମୁଣ୍ଡା ବ୍ଲକରେ ଥିବା ରେଗେଡା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ୫ମ ବାର୍ଷିକ ଉତ୍ସବ ଆଜି ବିଦ୍ୟାଳୟ ପରିସରରେ ମହାସମାରୋହରେ ପାଳିତ ହୋଇଯାଇଛି । ବିଦ୍ୟାଳୟର ଅଧ୍ୟକ୍ଷ ପ୍ରଙ୍ଗ୍ୟାଦିପ୍ତ ରଥଙ୍କ ସଭାପତିତ୍ବରେ ଆୟୋଜି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ନର୍ଲା ବିଧାୟକ ଭୁପିନ୍ଦର ସିଂ, ମୁଖ୍ୟ ବକ୍ତା ଭାବେ ସମ୍ବଲପୁର ବିଶ୍ବବିଦ୍ୟାଳୟର କୂଳସଚିବ ଡ଼. ନୃପରାଜ ସାହୁ, ସମ୍ମାନିତ ଅତିଥି ଭାବେ କଳାହାଣ୍ଡି ଜିଲ୍ଲାପରିଷଦ ଅଧକ୍ଷ ପୁଷ୍ପେନ୍ଦ୍ର ସିଂଦେଓ, କର୍ଲାମୁଣ୍ଡା ପଞ୍ଚାୟତ ସମିତି ଅଧକ୍ଷ୍ୟା କୁନୀ ସାହୁ, କର୍ଲାମୁଣ୍ଡା ଜୋନ୍-୨ ଜିଲ୍ଲାପରିଷଦ ସଦସ୍ୟ ସୁରେଶ ଚୌଧୁରୀ, କର୍ଲାମୁଣ୍ଡା ପଞ୍ଚାୟତ ସମିତି ଉପାଧ୍ୟକ୍ଷ ସୁରେନ୍ଦ୍ର ଭୋଇ ପ୍ରମୁଖ ଯୋଗଦାନ କରି ଆଦର୍ଶ ବିଦ୍ୟାଳୟରେ ଅଧ୍ୟୟନ କରୁଥିବା ଛାତ୍ରଛାତ୍ରୀ ମାନଙ୍କ ଆଦର୍ଶ କିପରି ଗଠନ ହୋଇପାରିବ ସେନେଇ ଆଲୋକପାତ କରିଥିଲେ ଓ ଛାତ୍ରଛାତ୍ରୀ ମାନଙ୍କ ଭବିଷ୍ୟତ ଉଜ୍ଜ୍ୱଳ ଜୀବନ ଉପରେ ମତପୋଷଣ କରିଥିଲେ ।

ସଭା ଆରମ୍ଭ ପୂର୍ବରୁ ଅତିଥି ମାନଙ୍କ ଦ୍ଵାରା ପ୍ରଥମେ ଦୀପ ପ୍ରଜ୍ବଳନ କଲାପରେ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ଦ୍ବାରା ସ୍ବାଗତ ସଂଗୀତ ପରିବେଷଣ ହୋଇଥିଲା । ସାଂସ୍କୃତିକ କାର୍ଯ୍ୟକ୍ରମରେ କଳାହାଣ୍ଡିର ବୀରବାଦ୍ୟ ଘୁମୁରା ସହିତ ନୃତ୍ୟ ନାଟକର ଦୋଳ ଗୋବିନ୍ଦ, ସୋନାଲି ମେହେର, ମୁକେଶ ଥପା, ପ୍ରଗତି ମହାନ୍ତି, ରାଜ କିଶୋର ନାଗ, ରୁଚିସ୍ମିତା, ପ୍ରଦୀପ ପଧାନ ମଞ୍ଚ ପରିଚାଳନା କରିଥିବା ବେଳେ ବିଦ୍ୟାଳୟର ଅଧ୍ୟକ୍ଷ ପ୍ରଙ୍ଗ୍ୟାଦିପ୍ତ ରଥ ଧନ୍ୟବାଦ ଅର୍ପଣ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.