ମଧୁପୁର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀ କଲ୍ୟାଣ ସମିତି ବୈଠକ 

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): ଲାଞ୍ଜିଗଡ଼ ବ୍ଲକ ବିଶ୍ବନାଥପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅନ୍ତର୍ଗତ ମଧୁପୁର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀ କଲ୍ୟାଣ ସମିତିର ବୈଠକ ଅନୁଷ୍ଠିତ ହୋଇଯାଇଛି । ମଧୁପୁର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ମେଡିକାଲ ଅଫିସର ଡା. ରାଜେଶ କୁମାର ମହାରଣାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ମୁଖ୍ୟଅତିଥି ଭାବେ ବିଶ୍ବନାଥପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମେଡିକାଲ୍ ଅଫିସର ଡା. ନିହାରରଞ୍ଜନ ସାହୁ ଯୋଗ ଦେଇଥିବାବେଳେ ସମ୍ମାନିତ ଅତିଥି ଭାବେ ବିପିଏମ୍ ସୁରଜିତ୍ ସିଂ କୁମାର ଯୋଗ ଦେଇଥିଲେ । ଏହି ଅବସରରେ ରୋଗୀ କଲ୍ୟାଣ ସମିତିର ସଦସ୍ୟ ତଥା ମଧୁପୁର ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ବେଦବ୍ୟାସ ପ୍ରଧାନ, ରୋଗୀ କଲ୍ୟାଣ ସମିତିର ସଦସ୍ୟ ସୁଶୀଲ କୁମାର ବାଗ, ଅକ୍ଷୟ କୁମାର ସାହୁ, ହୃଷିକେଶ ବଗର୍ତ୍ତି ପ୍ରମୁଖ ଯୋଗ ଦେଇଥିଲେ ।ଏଥିରେ ସ୍ବାସ୍ଥ୍ୟକେନ୍ଦ୍ରର ବିଭିନ୍ନ ସମସ୍ୟା ସଂପର୍କରେ ଆଲୋଚନା କରାଯାଇଥିଲା ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.