ସାନଛତ୍ରଙ୍ଗରେ ପଲ୍ଲୀସଭା

ଓଡ଼ିଆ ବାର୍ତ୍ତା/ ଥୁଆମୂଳ ରାମପୁର (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ପାଡେପଦର ଗ୍ରାମ ପଞ୍ଚାୟତର ସାନଛତ୍ରଙ୍ଗ ଗ୍ରାମରେ ପଲ୍ଲୀସଭା ଅନୁଷ୍ଠିତ ହୋଇଯାଇଛି। ପାଡେପଦର ସମିତି ସଭ୍ୟ ମୋହନ କୁମାର ସାଗର, ପଞ୍ଚାୟତ ନିର୍ବାହୀ ଅଧିକାରୀ ସଞ୍ଜୟ ପ୍ରଧାନ, ଗ୍ରାମ ରୋଜଗାର ସେବକ ତରୁଣ ବେହେରା ପ୍ରମୁଖଙ୍କ ସହ ଗ୍ରାମବାସୀ ଉପସ୍ଥିତ ଥିଲେ। ୱାର୍ଡ଼ ସଭ୍ୟ ତ୍ରିନାଥ ମାଝୀଙ୍କ ସଭାପତିତ୍ବରେ ଆୟୋଜିତ ଉକ୍ତ ବୈଠକରେ ସରକାରଙ୍କ ବିଭିନ୍ନ ଯୋଜନା ବିଷୟରେ ଅବଗତ କରାଯାଇଥିଲା। ପଲ୍ଲୀସଭା ମାଧ୍ୟମରେ ଗ୍ରାମବାସୀ ରାସ୍ତା ଠୁ ଆରମ୍ଭ କରି ପାନୀୟ ଜଳ ଯୋଗାଣ ଓ ବିଭିନ୍ନ ସମସ୍ୟା ଉପସ୍ଥାପନ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.