ଉଦ୍ୟାପିତ ହେଲା ରାକ୍ସି ଉନ୍ନିତ ଉଚ୍ଚ ବିଦ୍ୟାଳୟର ବାର୍ଷିକ କ୍ରିଡ଼ା ଉତ୍ସବ-୨୦୨୨

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ଦୁଇଦିନ ଧରି ମହାସମାରୋହରେ ରାକ୍ସି ଉନ୍ନିତ ଉଚ୍ଚ ବିଦ୍ୟାଳୟରେ ଚାଲିଥିବା ବାର୍ଷିକ କ୍ରିଡ଼ା ଉତ୍ସବ ଉଦଯାପିତ ହୋଇଯାଇଛି। କ୍ରିଡ଼ା ଶିକ୍ଷକ ଶଙ୍କର୍ଷଣ ଗୈାଡଙ୍କ ପରିଚାଳନାରେ ବିଦ୍ୟାଳୟର ପ୍ରାୟ ୨୦୦ ଜଣ ଛାତ୍ରଛାତ୍ରୀ ୧୦୦ ମିଟର, ୬୦୦ ମିଟର ଓ ୮୦୦ ମିଟର ଦୈ।ଡ଼, ଉଚ୍ଚ ଡିଆଁ, ଲମ୍ବ ଡିଆଁ, ସଟପୁଟ, ଡିସକସ ଥ୍ରୋ, ଜାଭଲିନ ଥ୍ରୋ ଆଦି ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ।

କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ ଅନ୍ତର୍ଗତ ରାକ୍ସି ଉନ୍ନିତ ଉଚ୍ଚ ବିଦ୍ୟାଳୟ କ୍ରିଡ଼ା ପାଇଁ ନିଜର ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିପାରିଛି। ଏହି ସ୍କୁଲର ଶିକ୍ଷାର୍ଥୀମାନେ ଜିଲ୍ଲା ଓ ରାଜ୍ୟସ୍ତରରେ ସୁନାମ ଅର୍ଜନ କରିଛନ୍ତି। ବିଦ୍ୟାଳୟରେ ପ୍ରଧାନଶିକ୍ଷକ ସତ୍ୟ ରଞ୍ଜନ ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦଯାପନୀ ସଭାରେ ମୁଖ୍ୟ ଅତିଥି ଭାବେ ରାକ୍ସି ସରପଞ୍ଚ ଯେମନ୍ତ ପୋଢ, ମୁଖ୍ୟ ବକ୍ତା ଭାବେ ବରିଷ୍ଠ ଶିକ୍ଷକ ରଞ୍ଜନ ତ୍ରିପାଠୀ, ସମ୍ମାନିତ ଅତିଥି ଭାବେ ବିଦ୍ୟାଳୟ ପରିଚାଳନା କମିଟି ଅଧ୍ୟକ୍ଷ କେଦାର ଭୋଇ ପ୍ରମୁଖ ଯୋଗଦେଇ କୃତି ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରିଥିଲେ।

ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ବରିଷ୍ଠ ଶିକ୍ଷକ ପ୍ରେମାନନ୍ଦ ସେନାପତି, ଅଶୋକ କୁମାର ଧଙ୍ଗଡାମାଝୀ, ରଜନୀକାନ୍ତ ବିଶ୍ବାଳ, ହୃଦାନନ୍ଦ ଶବର, ଶିକ୍ଷୟିତ୍ରୀ କଲ୍ୟାଣୀ ଷଢଙ୍ଗୀ, ରଶ୍ମୀତା ତ୍ରିପାଠୀ, ସ୍ବପ୍ନା ନାଏକ ଓ ରିନା ପରିଡା ପ୍ରମୁଖ ସହଯୋଗ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.