ଡ଼ଙ୍ଗରୀଗୁଡା ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ପ୍ରସଙ୍ଗ: ଅଜଣା ଗାଡି ଧକ୍କାରେ ଗୁରୁତର ବୃଦ୍ଧଙ୍କ ମୃତ୍ୟୁ 

ଓଡ଼ିଆ ବାର୍ତ୍ତା/ କୋକସରା (ହିରଣ୍ୟ ବେହେରା): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା ଡଙ୍ଗରୀଗୁଡା ଛକ ନିକଟରେ ଶନିବାର ସନ୍ଧ୍ୟାରେ କାଶିବାହାଲ ପୁଝାରୀପଡାର ବୃଦ୍ଧ କାର୍ତ୍ତିକ ପଟେଲ(୬୫) ବାଇକ୍ ଯୋଗେ ନିଜ ଗାଁକୁ ଫେରୁଥିଲେ। ଏହି ସମୟର ତାଙ୍କୁ ଏକ ଅଜଣା ଗାଡି ଧକ୍କା ଦେଇ ଫେରାର ମାରିଥିଲା। ତେବେ ସେହି ରାସ୍ତା ଦେଇ ଯାଉଥିବା ଜଣେ ବ୍ୟକ୍ତି ବୃଦ୍ଧଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି କୋକସରା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ପ୍ରାଥମିକ ଚିକିତ୍ସା ପରେ ଡାକ୍ତର ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଭବାନୀପାଟଣାକୁ ସ୍ଥାନାନ୍ତରିତ କରାଯାଇଥିଲା। ତେବେ ତାଙ୍କ ଅବସ୍ଥା ସଂକଟାପନ୍ନ ଥିବାରୁ ଅଧିକ ଚିକିତ୍ସା ପାଇଁ ବୁର୍ଲା ମେଡିକାଳକୁ ସ୍ଥାନାନ୍ତରିତ କରାଯାଉଥିଲା। ହେଲେ ବୁର୍ଲା ନେବା ସମୟରେ ବାଟରେ ତାଙ୍କର ମୃତ୍ୟୁ ହୋଇଥିଲା। ପରେ ଶବକୁ କୋକସରା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଅଣାଯାଇ ସୋମବାର ବ୍ୟବଛେଦ ପରେ ପରିବାର ବର୍ଗଙ୍କୁ ଶବ ହସ୍ଥାନ୍ତର କରାଯାଇଛି। ଏନେଇ କୋକସରା ଥାନାରେ ଏକ ମାମଲା ରୁଜୁ କରି ତଦନ୍ତ ଚାଲିଥିବା ଥାନା ସବ୍ ଇନ୍ସପେକ୍ଟର ଗୋପବନ୍ଧୁ ନାଏକ ସୂଚନା ଦେଇଛନ୍ତି।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.