ଜି.ଉଦୟଗିରି ଏନଏସି ୬ନଂ କାଉନସିଲର ପଦବୀ ଉପ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ଓଡ଼ିଆ ବାର୍ତ୍ତା/ କନ୍ଧମାଳ (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଜି.ଉଦୟଗିରି ବିଜ୍ଞାପିତ ଅଞ୍ଚଳ ପରିଷଦର ୬ନଂ ୱାର୍ଡସଭ୍ୟ ପଦବୀ ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ନିର୍ବାଚନ କମିଶନ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ଚଳିତ ମାସ ୨୬ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ପତ୍ର ଦାଖଲ କରାଯିବ। ୩୦ ତାରିଖରେ ପ୍ରାର୍ଥୀପତ୍ର ଯାଞ୍ଚ ଓ ଯୋଗ୍ୟ ପ୍ରାର୍ଥୀ ତାଲିକା ପ୍ରକାଶ କରାଯିବ। ଜାନୁଆରୀ ୨ ତାରିଖ ସୁଦ୍ଧା ପ୍ରାର୍ଥୀ ପତ୍ର ପ୍ରତ୍ୟାହାର ଓ ଚୂଡାନ୍ତ ପ୍ରାର୍ଥୀ ପତ୍ର ଘୋଷଣା କରାଯିବ। ଜାନୁଆରୀ ୧୨ରେ ଭୋଟ ଗ୍ରହଣ ଓ ୧୩ରେ ଭୋଟ ଗଣନା ଓ ଫଳାଫଳ ଘୋଷଣା କରାଯିବା ନେଇ ସୂଚନା ମିଳିଛି। ସୂଚନାଯୋଗ୍ୟ, ଯେ, ଜି.ଉଦୟଗିରି ବିଜ୍ଞାପିତ ଅଞ୍ଚଳ ପରିଷଦର ୬ନଂ ୱାର୍ଡ ସଭ୍ୟ ଏଲ.ବୁଲିୟନଙ୍କ ପରଲୋକ ପରେ ସେହି ପଦବୀ ଖାଲି ପଡ଼ିଥିଲା।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.