ପୁଣି ଭାରିଲାଣି କରୋନା ଚିନ୍ତା, ଆଜି ସମୀକ୍ଷା କରିବେ ପ୍ରଧାନମନ୍ତ୍ରୀ


ନୂଆଦିଲ୍ଲୀ: ଦେଶରେ କରୋନା ସ୍ଥିତିକୁ ନେଇ ବଢ଼ିଲାଣି ଚିନ୍ତା । ବର୍ତ୍ତମାନ ଚୀନ ଓ ଆମେରିକା ସମେତ ବିଭିନ୍ନ ଦେଶରେ ପୁଣି କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି । ତେଣୁ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉଚ୍ଚସ୍ତରୀୟ ବୈଠକ କରିବେ । ଅପରାହ୍ଣ ୪ଟାରେ ଉଚ୍ଚସ୍ତରୀୟ ବୈଠକ ବସିବା ନେଇ ସୂଚନା ମିଳିଛି ।

ଭାରତରେ କରୋନା ସଂକ୍ରମଣ ହ୍ରାସ ପାଉଥିବା ବେଳେ କେନ୍ଦ୍ର ସରକାର ଆଗୁଆ ପଦକ୍ଷେପ ନେଉଛନ୍ତି । ଗତକାଲି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମଧ୍ୟ ଦେଶର କରୋନା ସ୍ଥିତିକୁ ନେଇ ସମୀକ୍ଷା କରିଥିଲେ । ବର୍ତ୍ତମାନ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁସାରେ ଦିଲ୍ଲୀରେ କରୋନା ଯୋଗୁଁ ଆଉ ଜଣେ ରୋଗୀଙ୍କ ମୃତ୍ୟୁ ହୋଇଛି ।

ତେବେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଦେଶର କରୋନା ସଂକ୍ରମଣ ଗତକାଲି ତୁଳନାରେ ଆଜି ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ସାରା ଦେଶରେ ୧୮୫ କରୋନା ନୂଆ ମାମଲା ଚିହ୍ନଟ ହୋଇଥିବା ବେଳେ ବର୍ତ୍ତମାନ ଦେଶରେ ମୋଟ୍ ମୃତ୍ୟୁସଂଖ୍ୟା ୫,୩୦,୬୮୧କୁ ବୃଦ୍ଧି ପାଇଛି । ଆଜିର ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୪, ୪୬, ୭୬, ୫୧୫କୁ ବୃଦ୍ଧି ପାଇଛି ।

ତେବେ ବର୍ତ୍ତମାନ ଦେଶରେ କରୋନା ସକ୍ରିୟ ରୋଗୀଙ୍କ ସଂଖ୍ୟା ୩,୪୦୨ ରହିଛି ।  ସେପଟେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଧେ, ଦିଲ୍ଳୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲ ଓ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ମଧ୍ୟ ଆଜି ନିଜ ନିଜ ରାଜ୍ୟର ଅଧିକାରୀଙ୍କ ସହ ବୈଠକ କରିବେ ବୋଲି ସୂଚନା ରହିଛି ।




Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.