ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର

ଓଡ଼ିଆ ବାର୍ତ୍ତା/ କୋକସରା (ହିରଣ୍ୟ ବେହେରା): କଳାହାଣ୍ଡି ଜିଲ୍ଲା କୋକସରା ବ୍ଳକ ଟେମରା ପଞ୍ଚାୟତ କାର୍ଯ୍ୟାଳୟ ଠାରେ ସୋମବାର ଯୁଗ୍ମ ଅଭିଯୋଗ ଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଛି। ସରପଞ୍ଚ କ୍ଷିତିରାମ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶିବିରରେ ବିଡ଼ିଓ ଉତ୍ତମ କୁମାର ବାଗ, ଅତିରିକ୍ତ ତହସିଲଦାର ମୋହନ ଜେନା, ସାମାଜିକ ସୁରକ୍ଷା ଅଧିକାରୀ ଦିପକ କୁମାର ବେହେରା, ସମାଜ ମଙ୍ଗଳ ଅଧିକାରୀ ଦାମୋଦର ବିଶ୍ବାଳ, ଯୋଗାଣ ନିରିକ୍ଷକ ଜଗାରାମ ମୁର୍ମୁ, ଉଦ୍ୟାନ ବିଭାଗ ଅଧିକାରିଣୀ ବି. ବାସନ୍ତୀ, ଗ୍ରାମ ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ ନାରାୟଣ ଭୋଇ, ଗ୍ରାମ୍ୟ ଜଳଯୋଗାଣ କନିଷ୍ଠ ଯନ୍ତ୍ରୀ ଯଶୋବନ୍ତୀ ଭୋଇ, ସହକାରୀ ମତ୍ସ୍ୟ ଅଧିକାରୀ ଲଲିତ ମହାନନ୍ଦ, ଏଲଆଇ ଜୟରାମ ପୁଝାରୀ, ଗ୍ରାମ୍ୟ କୃଷି କର୍ମଚାରୀ ଅଭିନାଶ ଠାକୁର ସମେତ ଅନ୍ୟ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଅଭିଯୋଗ ନେଇ ଆସିଥିବା ହିତାଧିକାରୀଙ୍କ ଆବାସ ଘର, ରାସନ କାର୍ଡ, ଭତ୍ତା, ଜମି ମରାମତି ଭଲି ଅନ୍ୟାନ୍ୟ ଅଭିଯୋଗ ଓ ସମସ୍ୟା ଉପରେ ଅଭିଯୋଗ ଶୁଣିବା ସହ ସମାଧାନ କରିବା ଦିଗରେ ପ୍ରୟାସ କରାଯିବା ନେଇ ପ୍ରତିଶ୍ରୁତି ଦେଇଛନ୍ତି। ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ଗୌତମ ବାଗ ଶିବିରକୁ ପରିଚାଳନା କରିଥିଲେ। ଗ୍ରାମ ରୋଜଗାର ସେବକ ଘନଶ୍ୟାମ ବାଗ, ଜିଇଓ ଟ୍ୟାଗ ସୁଧୀର ରଣା ସମେତ ପଞ୍ଚାୟତ କର୍ମୀଚାରୀ, ସମସ୍ତ ୱାର୍ଡ଼ ସଭ୍ୟ, ସଭ୍ୟା ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.