ସାହିତ୍ୟିକ କବି ବନ୍ଧୁ ପରିବାରର ଗୀତାମୃତ କାର୍ଯ୍ୟକ୍ରମ

ଏକାଦଶ ଅଧ୍ୟାୟ: ବିଶ୍ବରୂପ ଦର୍ଶନ ଯୋଗଃ ଶେଷ ଭାଗ

ଓଡ଼ିଆ ବାର୍ତ୍ତା/ ବାଲେଶ୍ଵର: ବାଲେଶ୍ବର ଜିଲ୍ଲାର ଅତି ପରିଚିତ ସାହିତ୍ୟ ଅନୁଷ୍ଠାନ “ସାହିତ୍ୟିକ କବି ବନ୍ଧୁ ପରିବାର”ର ସଭାପତି ଦେବେନ୍ଦ୍ର କୁମାର ନାଏକଙ୍କର ସଭାପତିତ୍ୱରେ ଏବଂ ଅନୁଷ୍ଠାନର ବଡ଼ଭାଇ ବିଶ୍ବେଶ୍ବର ମାଝୀଙ୍କର ପୌରୋହିତ୍ୟରେ ଆଭାସୀ ମାଧ୍ୟମରେ ଗୀତାମୃତ ଭଳି ପବିତ୍ର ସତସଙ୍ଗ ଅନୁଷ୍ଠିତ ହୋଇଯାଇଛି । ପ୍ରାରମ୍ଭରେ ମୁମ୍ବାଇରୁ ସ୍ନେହ ମିଶ୍ର ଓମକାର ନାଦଧ୍ବନି ଦେଇ ସମସ୍ତଙ୍କୁ ସୁସ୍ଵାଗତ ଜଣାଇବା ସହ ଶୁଭେଚ୍ଛା ଓ ସମ୍ପାଦିକା ପ୍ରଣତି ମହାପାତ୍ର ଅତିଥି ପରିଚୟ ସହ ବିଗତ ଅଧ୍ୟାୟ ଉପରେ ସମ୍ୟକ ଆଲୋଚନା ରଖିଥିଲେ ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

ପବିତ୍ର ଗୀତାମୃତ କାର୍ଯ୍ୟକ୍ରମରେ ବିଶ୍ବେଶ୍ବର ମାଝୀ, ତେଲେଙ୍ଗାନାରୁ ବୈଜ୍ଞାନିକ ଅଧିକାରୀ ଅରୁଣ ମହାପାତ୍ର, ବନଲକ୍ଷ୍ମୀ ମହାନ୍ତି, ଗୀତାଞ୍ଜଳି ପୃଷ୍ଟି, ବିନୋଦିନୀ ଦାଶ ଇତ୍ୟାଦି ୫ଜଣ ସତସଙ୍ଗୀ ବିଶ୍ବରୂପ ଦର୍ଶନ ଯୋଗଃର ୫ଟି ଶ୍ଲୋକ ପାଠ କରିଥିଲେ । ଏକାଦଶ ଅଧ୍ୟାୟ ବିଶ୍ବରୂପ ଦର୍ଶନ ଯୋଗଃର ଶେଷ୫ଟି ଶ୍ଲୋକ ଖୁବ ସୁନ୍ଦର ତାତ୍ତ୍ବିକ ଆଲୋଚନା କରିଥିଲେ ପଣ୍ଡିତ ଭାବଗ୍ରାହୀ ମିଶ୍ର । ସେ ଅନେକ ପ୍ରସଙ୍ଗ ଭିତ୍ତିକ କଥା ଉପରେ ପ୍ରାଞ୍ଜଳ ଭାବରେ ଅନେକ ତତ୍ତ୍ବପୂର୍ଣ୍ଣ ଓ ତଥ୍ୟଭିତ୍ତିକ ପ୍ରସଙ୍ଗ ଉତ୍ଥାପନ କରିଥିଲେ ।

Udyog Nursery
Udyogi Nursery

ଉକ୍ତ ସତସଙ୍ଗ କାର୍ଯ୍ୟକ୍ରମରେ ବିଭିନ୍ନ ସ୍ଥାନରୁ ୩୦ ରୁ ଉର୍ଦ୍ଧ୍ବ ସତସଙ୍ଗୀ ଗୀତା ପ୍ରେମୀ ଯୋଗ ଦେଇ ଏ ମହତ୍ ବାଣୀ ସାହିତ୍ୟିକ କବି ବନ୍ଧୁ ପରିବାରର ଏ କାର୍ଯ୍ୟକ୍ରମ ମାଧ୍ୟମରେ ଶ୍ରବଣ କରି କାର୍ଯ୍ୟକ୍ରମକୁ ସାଫଲ୍ୟ ମଣ୍ଡିତ କରିଥିଲେ । ସମସ୍ତେ ଭାବବିହ୍ବଳିତ ହୋଇ ପଣ୍ଡିତଙ୍କ ବ୍ୟାଖ୍ୟା ଉପଭୋଗ କରିଥିଲେ। ରୀତା ଅପରାଜିତା ମହାନ୍ତି ସମସ୍ତଙ୍କୁ ଧନ୍ୟବାଦ ଦେଇଥିବା ବେଳେ ରତିନାରାୟଣ ରାଉତ ଶାନ୍ତିପାଠ କରି ସତସଙ୍ଗ ସାଙ୍ଗ କରିଥିଲେ ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.