ରାକ୍ସିରେ ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର : ୬୫୮ ଅଭିଯୋଗ ପଞ୍ଜିକୃତ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଳକ ଅନ୍ତର୍ଗତ ରାକ୍ସି ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟଠାରେ ସୋମବାର ଯୁଗ୍ମ ଅଭିଯୋଗ ଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି। ରାକ୍ସି ସରପଞ୍ଚ ଯେମନ୍ତ ପୋଢଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରରେ ନର୍ଲା ବିଡ଼ିଓ ବାସନ୍ତି ସେଠୀ, ନର୍ଲା ବ୍ଲକ ଅଧ୍ୟକ୍ଷା ମନୋରମା ମହାନ୍ତି, ଉପାଧ୍ୟକ୍ଷ ଦୁର୍ଗାପ୍ରସାଦ ମହାନ୍ତି, ନର୍ଲା ଜୋନ୍-୨ ଜିଲ୍ଲା ପରିଷଦ ସଦସ୍ୟ ହରିଶଙ୍କର ମାଝୀ, ଏବିଡିଓ ଦେବେନ୍ଦ୍ର ସାମଲ, ସମିତି ସଭ୍ୟ ଚୁମନ ଭୋଇ, ଗ୍ରାମ୍ୟ କୃଷି କର୍ମଚାରୀ ଚଞ୍ଚଳା ସାହୁ ଓ ଅନ୍ୟ ବିଭାଗୀୟ ଅଧିକାରୀ ଉପସ୍ଥିତ ରହି ପଞ୍ଚାୟତର ବୁଢିପଦର, ଗୋଖରା, ରାକ୍ସି ଓ ଖାଇଚୁଆଁ ଗ୍ରାମରୁ ଅଭିଯୋଗ ନେଇ ଆସିଥିବା ହିତାଧିକାରୀଙ୍କ ଆବାସ ଘର, ରାସନ କାର୍ଡ, ଜମି ମରାମତି ସହ ଅନ୍ୟାନ୍ୟ ସମସ୍ୟା ଉପରେ ଅଭିଯୋଗ ଶୁଣିବା ସହ ସମାଧାନ କରିବା ଦିଗରେ ପ୍ରୟାସ କରାଯିବା ନେଇ ପ୍ରତିଶ୍ରୁତି ଦେଇଛନ୍ତି।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

ନର୍ଲା ବ୍ଲକ ଗ୍ରାମ ପଞ୍ଚାୟତ ସଂପ୍ରସାରଣ ଅଧିକାରୀ କ୍ଷିତିଶ ଚନ୍ଦ୍ର ନାୟକ ଶିବିର ପରିଚାଳନା କରିଥିଲେ। ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ସେନାପତି ମଙ୍ଗରାଜ, ନାଏବ ସରପଞ୍ଚ କୁନ୍ତି ମାଝୀ, ଗ୍ରାମ ରୋଜଗାର ସେବକ ଫକିର ପଟ୍ଟନାୟକ, ଯୋଗାଣ ସହାୟକ ଚୈତନ୍ୟ ସାହୁଙ୍କ ସମେତ ପଞ୍ଚାୟତ କର୍ମଚାରୀ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ଏହି ଶିବିରରେ ବିଶେଷ କରି ଆବାସ ଗୃହ, ରାସନ କାର୍ଡ ଓ ଜମି ମରାମତି ପାଇଁ ଅଭିଯୋଗ ହୋଇଛି। ଏଥିରେ ୬୫୮ ଅଭିଯୋଗ ପଞ୍ଜିକୃତ ହୋଇଥିବା ସୂଚନା ମିଳିଛି।

Udyog Nursery
Udyogi Nursery

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.