ପଦ୍ମଶ୍ରୀ ଡ. ଦେବୀପ୍ରସନ୍ନ ପଟ୍ଟନାୟକଙ୍କୁ ଜାନକୀ ବଲ୍ଲଭ ସ୍ମୃତି ସମ୍ମାନ

ଭୁବନେଶ୍ୱର,୧୮/୪: ଭାଷା ସାହିତ୍ୟ କ୍ଷେତ୍ରରେ ଜୀବନବ୍ୟାପୀ ସାଧନା ପାଇଁ ରାଜ୍ୟସ୍ତରୀୟ ଜାନକୀ ବଲ୍ଲଭ ପଟ୍ଟନାୟକ ସ୍ମୃତି କମିଟି ପକ୍ଷରୁ ପଦ୍ମଶ୍ରୀ ଡ. ଦେବୀପ୍ରସନ୍ନ ପଟ୍ଟନାୟକଙ୍କୁ ଜାନକୀ ବଲ୍ଲଭ ସ୍ମୃତି ସମ୍ମାନ-୨୦୧୯ ପ୍ରଦାନ କରାଯିବ। ସେହିପରି ଜୀବନବ୍ୟାପୀ ସମାଜସେବା ନିମନ୍ତେ ପୂର୍ବତନ ବିଧାୟକ ପଦ୍ମଚରଣ ନାୟକ ଓ ସାମ୍ବାଦିକତା କ୍ଷେତ୍ରରେ ଜୀବନବ୍ୟାପୀ ସାଧନା ପାଇଁ ବରିଷ୍ଠ ସାମ୍ବାଦିକ ପ୍ରଦୋଷ ପଟ୍ଟନାୟକଙ୍କୁ ଜାନକୀ ବଲ୍ଲଭ ସ୍ମୃତି ସମ୍ମାନ, ୨୦୧୯ ପ୍ରଦାନ କରାଯିବ।

ଆସନ୍ତା ୨୮ ତାରିଖରେ ସ୍ୱର୍ଗତ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ୪ର୍ଥ ଶ୍ରାଦ୍ଧ ଦିବସ ଉପଲକ୍ଷେ ରାଜ୍ୟସ୍ତରୀୟ ସ୍ମୃତି ସମ୍ମାନ ଉତ୍ସବରେ ଏହି ସମ୍ମାନ ସ୍ୱତନ୍ତ୍ର ଭାବେ ପ୍ରଦାନ କରାଯିବ ବୋଲି ରାଜ୍ୟସ୍ତରୀୟ ଜାନକୀ ବଲ୍ଲଭ ପଟ୍ଟନାୟକ ସ୍ମୃତି କମିଟି ସାଧାରଣ ସଂପାଦକ ଡ. ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର ସୂଚନା ଦେଇଛନ୍ତି।

ଫେସବୁକରେ ଲେଟେଷ୍ଟ ନ୍ୟୁଜ୍ ଅପଡେଟ୍ ପାଇବା ପାଇଁ ତଳେ କ୍ଲିକ୍ କରି ଆମ ପେଜ୍ କୁ ଲାଇକ୍ କରନ୍ତୁ👇

http://fb.me/odiabarta

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in

Leave a Reply

Your email address will not be published. Required fields are marked *

error: You are not allowed to copy this content. Thank you.