ମଦ୍ୟପାନର କୁ ପରିଣାମ : ପଥରରେ ଛେଚି ବ୍ୟକ୍ତିଙ୍କୁ ହତ୍ୟା, ହତ୍ୟାକାରୀ ଥାନାରେ ଅଟକ, ତଦନ୍ତ ଅବ୍ୟାହତ

ଓଡ଼ିଆ ବାର୍ତ୍ତା/ କନ୍ଧମାଳ (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ସାରଙ୍ଗଡ଼ ଥାନା ଅଞ୍ଚଳରେ ଜଘନ୍ୟ ହତ୍ୟାକାଣ୍ଡ । ମଦ ପିଇ ଗଣ୍ଡଗୋଳ ପରେ ଜଣେ ଅନ୍ୟଜଣକୁ ପଥରରେ ଛେଚି ହତ୍ୟା କରିଥିବା ସୂଚନା । ଘଟଣା ପ୍ରକାରେ ମଙ୍ଗଳବାର ରାତ୍ର ପ୍ରାୟ ୧୦ଟା ସମୟରେ ସାରଙ୍ଗଡ଼ ପୁରୁଣା ସାହିର ଦୁଇଜଣ ବ୍ୟକ୍ତି ମଦ ପିଇବାକୁ ଯାଇଥିଲେ । ମଦ ପିଇ ମାତାଲ୍ ହେବା ପରେ କୌଣଶି କାରଣରୁ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା । ପରେ ଏହା ଉଗ୍ର ରୂପ ଧାରଣ କରିଥିଲା। ପ୍ରତିଶୋଧ ପରାୟଣ ହୋଇ ଜଣେ ଅନ୍ୟ ଜଣକ ମୁଣ୍ଡରେ ପଥର ଛେଚି ହତ୍ୟା କରିଥିବା ଜଣାପଡ଼ିଛି । ଖବରପାଇ ଘଟଣାସ୍ଥଳରେ ସାରଙ୍ଗଡ଼ ଥାନା ପୋଲିସ୍ ପହଁଚି ଶବ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ସାରଙ୍ଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇବା ସହ ହତ୍ୟାକାରୀ ସାରଙ୍ଗଡ଼ ଥାନା ପୁରୁଣା ସାହିର ମନୋଜ ଓରଫ୍ ଉଲୁ କୁ ଥାନାରେ ଅଟକ ରଖିଛି ପୋଲିସ୍ । ଅନ୍ୟପଟେ ହତ୍ୟାକାଣ୍ଡ ଘଟିଥିବା ସ୍ଥାନରୁ ପୋଲିସ୍ ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି । ହତ୍ୟାକାଣ୍ଡରେ ମୃତ୍ୟୁ ବରଣ କରିଥିବା ବ୍ୟକ୍ତି ସାରଙ୍ଗଡ଼ ଥାନା ପୁରୁଣା ସାହିର ଜିତେନ୍ଦ୍ର ପୁଜାରୀ ହୋଇଥିବା ଜଣାପଡ଼ିଛି । ତଦନ୍ତ ପରେ ହତ୍ୟାକାଣ୍ଡର ସତ୍ୟତା ଜଣାପଡ଼ିବ ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.