ବ୍ଳକ କଲୋନୀ ବିଦ୍ୟାଳୟର ବାର୍ଷିକ ଉତ୍ସବ

ଓଡ଼ିଆ ବାର୍ତ୍ତା/ କନ୍ଧମାଳ (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ବ୍ଳକ କଲୋନୀ ଉ.ପ୍ରା. ବିଦ୍ୟାଳୟର ୫୦ତମ ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ପ୍ରଧାନ ଶିକ୍ଷକ ଶିଶିର କାନ୍ତ ଦାସଙ୍କ ପ୍ରତ୍ୟକ୍ଷ ତତ୍ଵାବଧାନରେ ଆୟୋଜିତ ହୋଇ ଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ବାଲିଗୁଡା ଏନଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ ଯୋଗଦେଇ ପ୍ରଦୀପ ପ୍ରଜ୍ଜଳନ କରି ଆନୁଷ୍ଠାନିକ ଭାବେ ଉଦଘାଟନ କରି ଛାତ୍ର ଛାତ୍ରୀଙ୍କ ଉଦେଶ୍ୟରେ ନିୟମିତ ଠିକ ଭାବେ ପାଠ ପଢା ଜାରୀ ରଖିବା ସହ ସଂଗୀତ, କଳା, କ୍ରୀଡା ଭଳି ବିଭିନ୍ନ କ୍ଷେତ୍ରରେ ସଫଳତାର ପାହାଡ଼ ଚଢ଼ିବା ପାଇଁ ଚେଷ୍ଟା ଜାରୀ ରଖିଲେ ନିଶ୍ଚୟ ଟେକ ରଖିପାରିବା ବୋଲି ବିଭିନ୍ନ ଉଦାହରଣ ମାଧ୍ୟମରେ ବୁଝାଇ ଥିଲେ। ମୂଖ୍ୟବକ୍ତା ଭାବେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ବଳରାମ ବେହେରା, ସମ୍ମାନିତ ଅତିଥି ଭାବେ ସିଆରସିସି ଅମୂଲ୍ୟ କୁମାର ନାୟକ, ବିଦ୍ୟାଳୟର ପ୍ରାକ୍ତନ ପ୍ରଧାନଶିକ୍ଷକ ଉତ୍ତର କୁମାର ସାହୁ, ଆର୍ତ୍ତଚନ୍ଦ୍ର ଖଟୁଆ, ବିଦ୍ୟାଳୟ ପରିଚାଳନା କମିଟିର ସଭାନେତ୍ରୀ ସନ୍ଧ୍ୟା ରାଣୀ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ଲାଭ କରିଥିବା ଛାତ୍ର ଛାତ୍ରୀ ମାନଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା। ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ବିଦ୍ୟାଳୟ ପରିଚାଳନା କମିଟି ସଦସ୍ୟ ସଦସ୍ୟା ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ଛାତ୍ରଛାତ୍ରୀ ମାନଙ୍କର ପିତା ମାତା ଏବଂ ଅଭିଭାବକ ଓ ଅଭିଭାବିକା ମାନେ ମଧ୍ୟ  ଉପସ୍ଥିତ ଥିଲେ। ଶେଷରେ ପ୍ରଧାନ ଶିକ୍ଷକ ଶ୍ରୀ ଦାସ ଧନ୍ୟବାଦ ଅର୍ପଣ କରିଥିଲେ।

Udyog Nursery
Udyogi Nursery

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.