ଜେକେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନରୋତ୍ତମ ସେଲମା): ରିଷିଡା ସ୍ଥିତ ଜେଜେ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି। ଅଧ୍ୟକ୍ଷ ଦିଲୀପ କୁମାର ଦାଶଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ମୂଖ୍ଯ ଅତିଥି ଭାବରେ ନର୍ଲା ବିଧାୟକ ଭୂପିନ୍ଦର ସିଂହ, ସମ୍ମାନିତ ଅତିଥି ଭାବରେ କର୍ଲାମୁଣ୍ଡା ବ୍ଲକ ଅଧ୍ୟକ୍ଷା କୁନି ସାହୁ, କର୍ଲାମୁଣ୍ଡା ଜୋନ୍-୧ ଜିଲ୍ଲା ପରିଷଦ ସଦସ୍ୟ ମହେନ୍ଦ୍ର ରଣା, ରିଷିଡା ସରପଞ୍ଚ ସେବତୀ ରଣା, ସମିତି ସଭ୍ଯ ନିମାଇଁ ଚରଣ ବେହେରା, ଅନୁଷ୍ଠାନର ପ୍ରାକ୍ତନ ଅଧ୍ୟକ୍ଷ ପ୍ରଣୟ ଆନନ୍ଦ କୁମାର ତ୍ରିପାଠୀ ପ୍ରମୁଖ ଯୋଗଦାନ କରି ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ। ଜୀବନରେ ସଫଳତା ପାଇବାକୁ ହେଲେ ତା’କୁ ଏକ ଆହ୍ବାନ ରୁପେ ଗ୍ରହଣ କରିବାକୁ ପଡିବ ତଥା ଶିକ୍ଷା ଓ କ୍ରୀଡା କ୍ଷେତ୍ରରେ ଉତ୍କର୍ଷ ପ୍ରଦର୍ଶନ କରି କଳାହାଣ୍ଡି ତଥା ଓଡିଶାର ଗୌରବ ବଢାଇବା ପାଇଁ ଆହ୍ବାନ ଦେଇଥିଲେ ଅତିଥିବୃନ୍ଦ। ଅନୁଷ୍ଠାନର ଓଡିଆ ବିଭାଗ ଅଧ୍ୟାପକ ହେମନ୍ତ କୁମାର ଚୌଧୁରୀ ସ୍ବାଗତ ଭାଷଣ ଦେଇଥିବା ବେଳେ ଶେଷରେ ଭୂଗୋଳ ଅଧ୍ୟାପକ ଗିରିରାଜ ଗହୀର ଧନ୍ୟବାଦ ଅର୍ପଣ କରିଥିଲେ। ସଭାକୁ ଅନୁଷ୍ଠାନର ପୂରାତନ ଛାତ୍ର ତଥା ବରିଷ୍ଠ ସାମ୍ବାଦିକ ନରୋତ୍ତମ ସେଲମା ସଂଯୋଜନା କରିଥିଲେ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

କ୍ରୀଡା ଓ ସାଂସ୍କୃତିକ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନଙ୍କୁ ଅତିଥିମାନେ ଟ୍ରଫି ଓ ପ୍ରମାଣ ପତ୍ର ପ୍ରଦାନ କରିଥିଲେ। ଏଥିରେ ଖେଳ ଶିକ୍ଷକ ଲଳିତ ଦାସ, ଅଧ୍ୟାପକ ଗିରିରାଜ ଗହୀର, ଅଧ୍ୟାପକ ହେମନ୍ତ କୁମାର ଚୌଧୁରୀ ସହାୟତା କରିଥିଲେ। ମଧ୍ୟାହ୍ନ ଭୋଜନ ପରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ ଛାତ୍ରଛାତ୍ରୀମାନେ ଚିତ୍ତାକର୍ଷକ ନୃତ୍ଯ ଓ ସଂଗୀତ ପରିବେଷଣ କରିଥିଲେ। ସମସ୍ତ କାର୍ଯ୍ୟକ୍ରମରେ ଚନ୍ଦନ ରଣା, ଚିନ୍ମୟ କୁମାର ରଣା, ସୌମ୍ୟରଞ୍ଜନ ତ୍ରିପାଠୀ, ଜଗଦୀଶ ଭୋଇ, ନାରାୟଣ ଗହୀର, ଯୋଗେନ୍ଦ୍ର ବେହେରା, ପାଣ୍ଡବ ହରିଜନ, କଳ୍ପନା ରଣାଙ୍କ ସମେତ ପୁରାତନ ଛାତ୍ରଛାତ୍ରୀମାନେ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

Udyog Nursery
Udyogi Nursery

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.