‘ବିଦ୍ୟାଳୟ ହେଉଛି ଚରିତ୍ର ଗଠନର ମହାନୁଷ୍ଠାନ’

ମଧୁପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ

ଓଡ଼ିଆ ବାର୍ତ୍ତା/କଳାହାଣ୍ଡି (ନିଲେଶ କୁମାର ନାଗ): ବିଦ୍ୟାଳୟ କେବଳ ପାଠ ପଢ଼ିବା ପାଇଁ ହିଁ ନୁହେଁ ଏହା ଚରିତ୍ର ଗଢ଼ିବାର ମହାନୁଷ୍ଠାନ ବୋଲି ଲାଞ୍ଜିଗଡ଼ ବ୍ଲକ ମଧୁପୁରସ୍ଥିତ ସରକାରୀ ବାଳିକା ଉଚ୍ଚବିଦ୍ୟାଳୟର ବାର୍ଷିକ ଉତ୍ସବରେ ମତ ପ୍ରକାଶ ପାଇଛି। ରାଜ୍ୟ ସରକାରଙ୍କ ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ବାରା ପରିଚାଳିତ ମଧୁପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ବେଦବ୍ୟାସ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ମଙ୍ଗଳ ଅଧିକାରୀ ଅରବିନ୍ଦ ରାୟ, ମୁଖ୍ୟବକ୍ତା ଭାବେ ଶିକ୍ଷାବିତ୍ ତଥା ଗୋବର୍ଦ୍ଧନପୁର ସିଆରସିସି ତପନ କୁମାର ଭୋଇ, ସମ୍ମାନିତ ଅତିଥି ଭାବେ ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ଅମରେନ୍ଦ୍ର ସାହୁ, ଯୁବ ସମାଜସେବୀ ଓ ସାମ୍ବାଦିକ ସୁଶୀଲ କୁମାର ବାଗ, ଗୋବର୍ଦ୍ଧନପୁର ସରପଞ୍ଚ ବୈଦେହୀ ମାଝୀ, ପୂର୍ବତନ ସରପଞ୍ଚ ସୁରେନ୍ଦ୍ର ମାଝୀ, ସ୍କୁଲ ପରିଚାଳନା କମିଟିର ସଭାପତି ଜଗନ୍ନାଥ ରଣା ପ୍ରମୁଖ ମଞ୍ଚାସୀନ ଥିଲେ । ଶିକ୍ଷୟିତ୍ରୀ ସୋନାଲିକା ପାଢ଼ୀ ସଭା ପରିଚାଳନା କରିଥିବାବେଳେ ଶିକ୍ଷକ ପାର୍ଥ ଶବର ଧନ୍ୟବାଦ ଅର୍ପଣ କରିଥିଲେ । ଶିକ୍ଷକ ସତ୍ୟବାଦୀ ନାଏକ, ସସ୍ମିତା ସାହୁ, ନମିତା ମାଝୀ, ଦିଲିପ ସାହୁ, କାମସେନ ଭୋଇ, ସୁଧାଂଶୁ ଶେଖର ସାସମଲ, ସାରିକା ପଣ୍ଡା, ବସନ୍ତ ପାଣ୍ଡେ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ । ଏଇ ଅବସରରେ କୃତୀ ଛାତ୍ରୀମାନଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ । ଶେଷରେ ଛାତ୍ରୀମାନଙ୍କ ଦ୍ବାରା ରଙ୍ଗାରଙ୍ଗ ସାଂସୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.