ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନରୋତ୍ତମ ସେଲମା): କର୍ଲାମୁଣ୍ଡା ବ୍ଲକ ରିଷିଡା ସ୍ଥିତ ଜଗନ୍ନାଥ ଡିଗ୍ରୀ କଲେଜ ଠାରେ ନେତାଜୀ ସୁବାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ମହାସମାରୋହରେ ପାଳିତ ହୋଇଯାଇଛି। କଲେଜର ଜାତୀୟ ସେବା ଯୋଜନା ୟୁନିଟ ପକ୍ଷରୁ ଆୟୋଜିତ ଏହି ଉତ୍ସବରେ ପ୍ରୋଗ୍ରାମ ଅଫିସର ଅଧ୍ୟାପକ ଶରତ କୁମାର ସାହୁ ସଭାପତିତ୍ବ କରିଥିଲେ। ବରିଷ୍ଠ ସାହିତ୍ୟିକ ତଥା ସାମ୍ବାଦିକ ନରୋତ୍ତମ ସେଲମା ମୁଖ୍ୟବକ୍ତା ଭାବେ ଯୋଗଦେଇ ନେତାଜୀ ଓ ସୁରେନ୍ଦ୍ର ସାଏଙ୍କ ଜାତୀୟତାବୋଧ, ସ୍ୱାଧୀନତା ସଂଗ୍ରାମ ଓ ସ୍ୱାଭିମାନ ଉପରେ ଆଲୋକପାତ କରି ସେମାନଙ୍କ ଆଦର୍ଶରେ ଅନୁପ୍ରାଣିତ ହେବାକୁ ଆହ୍ୱାନ ଦେଇଥିଲେ। ପ୍ରାରମ୍ଭରେ ଉଭୟ ମହାପୁରୁଷଙ୍କ ପ୍ରତିକୃତିରେ ଅତିଥି ଓ ଛାତ୍ରଛାତ୍ରୀ ମାନେ ପୁଷ୍ପ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମ ପରିଚାଳନାରେ ଡାଲଟନ ରଣା, ଶିବ ପ୍ରସାଦ ରଣା ସହଯୋଗ କରିଥିଲେ।