ମ.ରାମପୁର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ବାର୍ଷିକ ଉତ୍ସବ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ମ.ରାମପୁର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୩୧ତମ ବାର୍ଷିକ ଉତ୍ସବ ମହା ସମାରୋହରେ ପାଳିତ ହୋଇଯାଇଛି । ପରିଚାଳନା ସମିତିର ସଭାପତି ଆଇନଜୀବି ଅଶ୍ୱିନୀ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମାରୋହରେ ମୁଖ୍ୟ ଅତିଥିଭାବରେ ଜିଲ୍ଲାପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର କୁମାର ସିଂହଦେଓ, ସମ୍ମାନୀତ ଅତିଥି ଭାବେ ମ.ରାମପୁର ପଞ୍ଚାୟତ ସମିତି ଅଧ୍ୟକ୍ଷା ମନ୍ଦାକିନୀ ସିଂହଦେଓ, ମୁଖ୍ୟ ବକ୍ତା ଅଧ୍ୟାପକ ସମୀର କୁମାର ମହାପାତ୍ର, ସମ୍ପାଦକ ରଜନୀକାନ୍ତ ମହାଖୁଡ଼, ପୂର୍ବତନ ପ୍ରଧାନ ଆଚାର୍ଯ୍ୟ ଗୋପାଳକୃଷ୍ଣ ମାଝୀ ପ୍ରମୁଖ ମଂଚାସୀନ ରହିଥିଲେ ।

ପ୍ରଧାନଚାର୍ଯ୍ୟ କିଶୋର ଚନ୍ଦ୍ର ତ୍ରିପାଠୀ ପରିଚୟ ଓ ସ୍ୱାଗତ ଅଭିଭାଷଣ ପ୍ରଦାନ, ସଂପାଦକ ରଜନୀକାନ୍ତ ମହାଖୁଡ ବାର୍ଷିକ ବିବରଣୀ ପଠନ କରିଥିବା ବେଳେ ସହ ସଂପାଦକ ଅଶୋକ ବିଶ୍ୱାଳ ଧନ୍ୟବାଦାର୍ପଣ କରିଥିଲେ । ଏହି ଅବସରରେ ହୋଇଥିବା ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀ ମାନଙ୍କୁ ଅତିଥିଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା । ପରେ ଛାତ୍ର ଛାତ୍ରୀଙ୍କ ଦ୍ୱାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ଏଥିରେ ସମସ୍ତ ଗୁରୁଜୀଗୁରୁମା ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.