ଲଖିରାମ ଅଗ୍ରୱାଲ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆତ୍ମସୁରକ୍ଷା ତାଲିମ ଶିବିର ଉଦଯାପିତ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ରଜତ ବଂଶଳ): ଧର୍ମଗଡ ବ୍ଲକ ବେହେରା ସ୍ଥିତ ଲଖିରାମ ଅଗ୍ରୱାଲ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ସୌଜନ୍ୟରେ ୮ଦିନ ଧରି ଆୟୋଜିତ ମହିଳା ଆତ୍ମସୁରକ୍ଷା ତାଲିମ ଶିବିର ଉଦଯାପିତ ହୋଇଯାଇଛି। ଅନୁଷ୍ଠାନର ଅଧ୍ୟକ୍ଷ ନିର୍ମଳ ଚନ୍ଦ୍ର ନାଏକଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦଯାପନୀ ସମାରୋହରେ ମୂଖ୍ୟ ଅତିଥି ଭାବେ ଧର୍ମଗଡ ବିଜ୍ଞାପିତ ଅଞ୍ଚଳ ପରିଷଦର ଉପାଧ୍ୟକ୍ଷା ମନୀଷା ମୁଣ୍ଡ ମିଶ୍ର, ମୁଖ୍ୟ ବକ୍ତା ଭାବେ ସ୍ଥାନୀୟ ଦନ୍ତେଶ୍ୱରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରୁପେନ୍ଦ୍ର ବାଣୁଆ, ସମ୍ମାନିତ ଅତିଥି ଭାବେ ଜୁନାଗଡ ନିୟନ୍ତ୍ରିତ ବଜାର କମିଟିର ଉପାଧ୍ୟକ୍ଷ ବିବେକ ରଂଜନ ମିଶ୍ର, ଅଧ୍ୟାପକ ରଂଜନ କୁମାର ପଣ୍ଡା, ନିକୁଞ୍ଜ ବିହାରୀ ସାହୁ, ଅକ୍ଷୟ କୁମାର ପଟ୍ଟନାୟକ, ଆତ୍ମସୁରକ୍ଷା ତାଲିମ ପ୍ରଶିକ୍ଷିକା ମାଲତୀ ପଟେଲ ମଞ୍ଚାସୀନ ଥିଲେ। ଅଧ୍ୟାପକ ମୋହନ ଚରଣ ବିଷି ମଞ୍ଚ ପରିଚାଳନା କରିଥିବାବେଳେ ଖେଳ ଶିକ୍ଷକ ତଥା ଆତ୍ମସୁରକ୍ଷା ତାଲିମ କାର୍ଯ୍ୟକ୍ରମର ସଂଯୋଜକ ସୁରେନ୍ଦ୍ର କୁମାର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ। ଫକିର ଚଣ୍ଡି, ଅଶୋକ ଚଣ୍ଡି ଓ ସାନୁର୍ଯ୍ୟ ଗୋପାଳ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ଏହି ଶିବିରରେ  ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୭୪ ଜଣ ଛାତ୍ରୀଙ୍କୁ ଆତ୍ମ ସୁରକ୍ଷା ତାଲିମରେ ଅଂଶଗ୍ରହଣ କରିଥିବାରୁ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା। 

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.