ବାଲିଗୁଡା ଉପଖଣ୍ଡ ସ୍ତରୀୟ ୭୪ତମ ସାଧାରଣତନ୍ତ୍ର ଦିବସ ପାଳିତ

ଓଡ଼ିଆ ବାର୍ତ୍ତା/ କନ୍ଧମାଳ (ସଞ୍ଜୟ କୁମାର ପାଣିଗ୍ରାହୀ): ଆଜି ସାରା ଦେଶ ପାଳୁଛି ୭୪ତମ ସାଧାରଣତନ୍ତ୍ର ଦିବସ । ଏହି ଅବସରରେ ବାଲିଗୁଡା ରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ସମଗ୍ର ସହରରେ ଡାକବାଜି ଯନ୍ତ୍ର ଯୋଗେ ପ୍ରତ୍ୟୁଷ ରେ ରାମଧୂନ ପରିବେଷଣ କରାଯାଇଥିଲା । ସକାଳ ୭ ଘଣ୍ଟ ସମୟରେ ଉପଖଣ୍ଡ ର ସମସ୍ତ ଶିକ୍ଷାନୁଷ୍ଠାନ ଏବଂ ସରକାରୀ ଓ ବେସରକାରୀ ଅନୁଷ୍ଠାନ ରେ ଜାତୀୟ ପତାକା ଉତ୍ତୋଳନ ହୋଇଥିଲା । ପରେ ପରେ ବାଲିଗୁଡ଼ା ସ୍ଥିତ ବିଜୁପଟ୍ଟନାୟକ ମିନି ଷ୍ଟାଡିୟମରେ ଉପଖଣ୍ଡ ସ୍ତରୀୟ ୭୪ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

ଏଥିରେ ବାଲିଗୁଡ଼ା ଉପଜିଲ୍ଲାପାଳ ଶ୍ରୀମତୀ ଏମ.ଏସ.ମଧୁମିତା ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପ୍ୟାରେଡରେ ଅଭିବାଦନ ଗ୍ରହଣ କରି ଜାତି ଉଦେଶ୍ୟରେ ଉଦବୋଧନ ଦେଇଥିଲେ । ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନରୁ ସମୁଦାୟ ୩୨ଟି ଦଳ ସମ୍ମିଳିତ ପ୍ୟାରେଡରେ ଭାଗ ନେଇଥିଲେ । ଦୀର୍ଘ ଦୁଇ ବର୍ଷ ହେଲା ମହାମାରୀ କରୋନା ଭୁତାଣୁ ସଂକ୍ରମଣ କାରଣରୁ ସରକାରଙ୍କ ନିୟମକୁ ମାନି ନିରାଡ଼ମ୍ବର ଭାବେ ସାଧାରଣତନ୍ତ୍ର ଦିବସ ଓ ସ୍ବାଧୀନତା ଦିବସ ପାଳନ କରାଯାଉଥିଲା । ଚଳିତ ବର୍ଷ କଟକଣା ହଟିଥିବାରୁ ପୂର୍ବବର୍ଷ ମାନଙ୍କ ଭଳି ପୁଣି ଥରେ ମହା ଆଡ଼ମ୍ବରରେ ବାଲିଗୁଡ଼ାରେ ପାଳନ କରାଯାଇଛି ସାଧାରଣତନ୍ତ୍ର ଦିବସ ।

Udyog Nursery
Udyogi Nursery

ଏହି ଅବସରରେ ସମସ୍ତ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା ସହ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ସେଥିରେ କୃତକାର୍ଯ୍ୟ ହୋଇଥିବା ଛାତ୍ରଛାତ୍ରୀ ମାନଙ୍କୁ ମୁଖ୍ୟ ଅତିଥିଙ୍କ ଦ୍ବାରା ପୁରସ୍କୃତ କରାଯାଇଥିଲା । ଏହି ଉତ୍ସବ ଟିକୁ ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ଅଭିମନ୍ୟୁ ପ୍ରଧାନ, ଉପଖଣ୍ଡ ଉତ୍ସବ ପାଳନ କମିଟିର ଯୁଗ୍ମ ସମ୍ପାଦକ ତୀର୍ଥବାସୀ ଘଡ଼ାଇ, ରଶ୍ମି ରଞ୍ଜନ ମହାରଣା ପ୍ରମୁଖ ଉପସ୍ଥିତ ରହି ପରିଚାଳନା ରେ ସହଯୋଗ କରିଥିଲେ । ଦୀର୍ଘ ଦୁଇ ବର୍ଷ ପରେ ପୁଣି ସ୍ବଭାବିକ ପରିସ୍ଥିତି ଫେରିଥିବାରୁ ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀ ବେସ୍ ଉତ୍ସାହିତ ଥିବା ଦେଖିବାକୁ ମିଳିଥିଲା ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.