ଗୋଲାମୁଣ୍ଡା ଓ ସାନଚେରଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଭିଭାବକ ଶିକ୍ଷକ ବୈଠକ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ସୁଶାନ୍ତ କୁମାର ଦଳେଇ): କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ସ୍ଥିତ ସର୍ବ ମଙ୍ଗଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗୁଣାତ୍ମକ ଶିକ୍ଷାର ବିକାଶ ପାଇଁ ଅଭିଭାବକ ଶିକ୍ଷକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଅଧ୍ୟକ୍ଷ ଜୟନ୍ତ କୁମାର ଜେନାଙ୍କ ସଭାପତିତ୍ବରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଗୋଲାମୁଣ୍ଡା ଗୋଷ୍ଠୀ ଶିକ୍ଷା ଅଧିକାରୀ ନବ କିଶୋର ସାହୁ ଯୋଗ ଦେଇ ଉପସ୍ଥିତ ଅଭିଭାବକ ଓ ଶିକ୍ଷକ ମାନଙ୍କୁ ଏହି କାର୍ଯ୍ୟକ୍ରମ ମାଧ୍ୟମରେ ଶିକ୍ଷକ ଓ ଅଭିଭାବକ ମାନଙ୍କ ମଧ୍ୟରେ ସମନ୍ଵୟ ହୋଇ ପାରିବ ବୋଲି ମତ ଦେଇଥିଲେ।

ପ୍ରାଧ୍ୟାପକ ସରୋଜ କାନ୍ତ ରଥ, ବିଜୟ କୁମାର ସାହୁ, ପ୍ରବୀର କୁମାର ରାୟ, ଶାନ୍ତନୁ କୁମାର ପରିଡ଼ା, ଘନଶ୍ୟାମ ଭାଟି, ପ୍ରଦୀପ କୁମାର ମିଶ୍ର, ଯଯାତି କେଶରୀ ରାଉତ, ସନ୍ଦୀପ କାନୁନଗୋ, ସୋଭାଗିନୀ ନାୟକ, ତ୍ରିନାଥ ପଟ୍ଟନାୟକ, କ୍ରୀଡ଼ା ଶିକ୍ଷକ ସନ୍ତୋଷ କୁମାର ବାରିକ ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ଉପସ୍ଥିତ ଅଭିଭାବକଙ୍କୁ ଶିକ୍ଷା ଦାନ ଓ ଶିକ୍ଷଣ ବ୍ୟବସ୍ଥା ରେ ସକ୍ରିୟ ସହଯୋଗ କରିବାକୁ ଆହ୍ୱାନ ଦେଇଥିଲେ। ଏହି କାର୍ଯ୍ୟକ୍ରମ ମାଧ୍ୟମରେ ଉଭୟ ଅନ୍ ଲାଇନ୍ ଓ ଅଫ୍ ଲାଇନ୍ ଯୋଗେ ୧୨୨ ଜଣ ଅଭିଭାବକ ଯୋଗ ଦେଇ ଥିଲେ।  କାର୍ଯ୍ୟକ୍ରମ ପରିଚାଳନାରେ ଉକ୍ତ ଶିକ୍ଷାନଷ୍ଠାନର ସମସ୍ତ କର୍ମଚାରୀ ସହଯୋଗ କରିଥିଲେ ।

ଠିକ ସେହିପରି ସାନଚେରଗାଁ ଆଞ୍ଚଳିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମଧ୍ୟ ଅଭିଭାବକ ଶିକ୍ଷକ ବୈଠକ ଅନୁଷ୍ଠିତ ହୋଇ ଯାଇଛି । ଅଧ୍ୟକ୍ଷ ତ୍ରିଲୋଚନ ସାହୁଙ୍କ ସଭାପତିତ୍ବରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅଧ୍ୟାପକ ରଞ୍ଜନ ପଣ୍ଡା, ଅରବିନ୍ଦ ମୁଣ୍ଡ, ଶିଶିର ସାହୁ, ତପନ ଗହୀର, କେଶବଲାଲ ସାହୁ ପ୍ରମୁଖ ପ୍ରମୁଖ ଉପସ୍ଥିତ ଥିଲେ । ଏହି କାର୍ଯ୍ୟକ୍ରମରେ ୨୦୦ ଜଣ ଅଭିଭାବକ ଯୋଗ ଦେଇଥିଲେ।

 

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.