ପରଲୋକରେ ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ

ଓଡ଼ିଆ ବାର୍ତ୍ତା/ ଭୁବନେଶ୍ୱର: ଜଣେ ପୁଲିସ୍ ଏଏସ୍‌ଆଇଙ୍କ ଗୁଳିମାଡ଼ରେ ଗୁରୁତର ଆହତ ହୋଇଥିବା ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱରର ଆପୋଲୋ ହସ୍‌ପିଟାଲ୍‌ରେ ଶେଷ ନଃଶ୍ୱାସ ତ୍ୟାଗ କରିଛନ୍ତି। ଝାରସୁଗୁଡ଼ା ଜିଲ୍ଲା ବ୍ରଜରାଜନଗରର ଗାନ୍ଧି ଛକରେ ଦିନ ପ୍ରାୟ ସାଢ଼େ ୧୧ଟା ବେଳେ ତାଙ୍କ ଉପରକୁ ଗୁଳି ମାଡ଼ କରାଯାଇଥିଲା। ତାଙ୍କ ଛାତିର ବାମ ପାର୍ଶ୍ୱରେ ଗୁଳି ବାଜିଛି। ତାଙ୍କୁ ପ୍ରଥମେ ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ ଏୟାର ଲିଫ୍ଟ ଯୋଗେ ଭୁବନେଶ୍ୱର ଆଣି ଆପୋଲୋ ହସ୍‌ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା। ଶ୍ରୀ ଦାସ ଏକ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ବ୍ରଜରାଜନଗର ଯାଇଥିଲେ। କାର୍ଯ୍ୟକ୍ରମ ସ୍ଥଳ ନିକଟରେ ସେ ଗାଡ଼ିରୁ ଓହ୍ଲାଇବା ମାତ୍ରେ ତାଙ୍କ ଉପରକୁ ଗୁଳି ମାଡ଼ ହୋଇଥିଲା। ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ତାଙ୍କୁ ଡାକ୍ତରଖାନାକୁ ନିଆଯାଇଥିଲା। ବ୍ରଜରାଜନଗରର ଗାନ୍ଧି ଛକ ପୁଲିସ ଆଉଟପୋଷ୍ଟରେ ଏଏସ୍‌ଆଇ ଗୋପାଳ ଦାସ ତାଙ୍କ ଉପରକୁ ଗୁଳି କରିଥିଲେ। ସେ ମନ୍ତ୍ରୀଙ୍କ ଉପରକୁ କାହିଁକି ଗୁଳି ଚଳାଇଲେ ତାହା ଜଣାପଡ଼ିନି। ଘଟଣା ପରଠାରୁ ପୁଲିସ୍ ତାଙ୍କୁ ପଚରାଉଚରା କରୁଥିବା ବେଳେ ଘଟଣାର ତଦନ୍ତ ଭାର କ୍ରାଇମବ୍ରାଞ୍ଚକୁ ଦିଆଯାଇଛି। ବ୍ୟକ୍ତିଗତ ଆକ୍ରୋଶରୁ ଏହି ଘଟଣା ଘଟିଥିବା ଅନୁମାନ କରାଯାଉଛି। ଅପରପକ୍ଷରେ ନବ ଦାସଙ୍କ ଅକାଳ ବିୟୋଗରେ ସାରା ଓଡ଼ିଶାରେ ଶୋକର ଛାୟା ଖେଳିଯାଇଛି।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.