ମହାଶକ୍ତି ଫାଉଣ୍ଡେସନ ତରଫରୁ ଚତୁର୍ଥ ପର୍ଯ୍ୟାୟ ପଞ୍ଚାୟତିରାଜ ପ୍ରତିନିଧି ମାନଙ୍କ ତ୍ରି- ଦିବସୀୟ ପ୍ରାରମ୍ଭିକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ହେମନ୍ତ ସାହୁ): ରାଜ୍ୟ ଗ୍ରାମ୍ୟ ଉନ୍ନୟନ ପ୍ରତିଷ୍ଠାନ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ, ଓ ଜିଲ୍ଲା ପରିଷଦ କଳାହାଣ୍ଡି ସହାୟତାରେ ତଥା ଜିଲ୍ଲାର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ମହାଶକ୍ତି ଫାଉଣ୍ଡେସନ ତରଫରୁ ମ.ରାମପୁର ବ୍ଲକର ସୈଦଳଙ୍ଗା, ବମକ ଓ ଆଲାତରା ଗ୍ରାମ ପଞ୍ଚାୟତ ର ସମସ୍ତ ୱାର୍ଡ ମେମ୍ବର ଓ ନାଏବ ସରପଞ୍ଚ ମାନଙ୍କୁ ନେଇ ତ୍ରୀ -ଦିବସୀୟ ପ୍ରାରମ୍ଭିକ ତାଲିମ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ପଞ୍ଚାୟତ ସଂଘ ସଭାପତି ତଥା ବାମକ ସରପଞ୍ଚ ଓ ନାଏବ ସରପଞ୍ଚ ସାଇଦଲଙ୍ଗ ଏବଂ ବମକ ଏହି କାର୍ଯ୍ୟକ୍ରମ ଶୁଭ ଉଦଘାଟନ କରିଛନ୍ତି। ମ.ରାମପୁରର ବରିଷ୍ଠ ସାମ୍ବାଦିକ ଉଦ୍ଧବ ପଣ୍ଡା ମଧ୍ୟ ଏଥିରେ ଯୋଗ ଦେଇଥିଲେ। ମହାଶକ୍ତି ଫାଉଣ୍ଡେସନର କୋଷାଧ୍ୟକ୍ଷ ପ୍ରକାଶ ଚନ୍ଦ୍ର ସାହୁ ତିନି ଦିନିଆ ତାଲିମ ର ଉଦ୍ଦେଶ୍ୟ ବିଷୟରେ ଆଲୋଚନା କରିଥିବା ବେଳେ ରାଜ୍ୟ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ପ୍ରତିଷ୍ଠାନର ତାଲିମଦାତା ସୁରେଶ ସଂଗ୍ରାମ ଓ ଅଞ୍ଜଳି ସିଂ ଯୋଗ ଦେଇ ତାଲିମ କାର୍ଯ୍ୟକ୍ରମକୁ ଆରମ୍ଭ କରିଛନ୍ତି। ଏହି ତିନି ଦିନିଆ କାର୍ଯ୍ୟକ୍ରମରେ ଗ୍ରାମ ପଞ୍ଚାୟତରେ ୱାର୍ଡ ମେମ୍ବର ମାନଙ୍କ ଭୂମିକା, ଦାୟିତ୍ଵ, କର୍ତ୍ତବ୍ୟ ଓ ବିଭିନ୍ନ ସରକାରୀ ଯୋଜନା, ପଲ୍ଲୀ ସଭା, ଗ୍ରାମ ସଭା ଇତ୍ୟାଦି ବିଷୟରେ ତାଲିମ ପ୍ରଦାନ କରାଯିବ। ତୃତୀୟ ଦିନ ରେ ସରକାରଙ୍କ ଏକ ସଫଳ କାର୍ଯ୍ୟକ୍ରମକୁ କ୍ଷେତ୍ର ପରିଦର୍ଶନର ବ୍ୟବସ୍ଥା ମଧ୍ୟ କରାଯାଇଛି। ଏହି କାର୍ଯ୍ୟକ୍ରମରେ ନୂତନ ଭାବେ ନିର୍ବାଚିତ ହୋଇଥିବା ପଂଚାୟତରାଜ ପ୍ରତିନିଧିଙ୍କ ଜ୍ଞାନ ଓ କୌଶଳର ବୃଦ୍ଧି ପାଇଁ ସ୍ବତନ୍ତ୍ର ଭାବେ ଧ୍ୟାନ ଦିଆଯିବ।ଉଦଘାଟନୀ କାର୍ଯ୍ୟକ୍ରମର ଶେଷରେ ଆୟୋଜକ ଅନୁଷ୍ଠାନର କୋଷାଧ୍ୟକ୍ଷ ପ୍ରକାଶ ଚନ୍ଦ୍ର ସାହୁ ଧନ୍ୟବାଦ ଦେଇଥିବା ବେଳେ ସଂଯୋଜିକା ମମିତା ପୁଝାରୀ ଟୁକୁନା ବାଗ, ପୂର୍ଣ୍ଣମୀ ବଗର୍ତ୍ତୀ , ଗୁନବନ୍ତ ବାରିକ ଓ ବଂଶୀଧର ରଣା କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.