ଧବଳେଶ୍ୱର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ମୋହନଗିରୀର ବାର୍ଷିକ ଉତ୍ସବ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ହେମନ୍ତ ସାହୁ): କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକର ସୀମାନ୍ତବର୍ତ୍ତୀ ପଂଚାୟତ ମୋହନଗିରୀସ୍ଥିତ ଧବଳେଶ୍ୱର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ
ଅନୁଷ୍ଠିତ ହେଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ବିଭୂ ପୟର ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥିଷଭାବରେ ନର୍ଲା ବିଧାୟକ ଭୂପିନ୍ଦର ସିଂହ, ମୁଖ୍ୟବକ୍ତା ପ୍ରାଧ୍ୟାପକ ଶୈଳେନ୍ଦ୍ର ପ୍ରସାଦ ଆଚାର୍ଯ୍ୟ, ସମ୍ମାନୀତ ବକ୍ତା ଅବସରପ୍ରାପ୍ତ ଅଧ୍ୟକ୍ଷ ପ୍ରଣୟ ଆନନ୍ଦ ତ୍ରିପାଠୀ, ସମ୍ମାନୀତ ଅତିଥି ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିନୟ କୁମାର ଭୋଇ, ସରପଂଚ ମୋହନଗିରୀ ସୁରେନ୍ଦ୍ର ଧରୁଆ, ସରପଂଚ ସିଂହପୁର ଉଚ୍ଛବ ପଧାନ, ପରିଚାଳନା କମିଟୀର କାର୍ଯ୍ୟକାରୀ ସଭାପତି ଗୋକୁଳାନନ୍ଦ ବିଶ୍ୱାଳ ପ୍ରମୁଖ ଯୋଗଦେଇଥିଲେ । ପରିଚାଳନା କମିଟୀର ସଂପାଦକ ଶୁକଦେବ ସାହୁ ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିଲେ ଏବଂ ଅଧ୍ୟାପକ ଲକ୍ଷ୍ମୀକାନ୍ତ ବେହେରା ଧନ୍ୟବାଦାର୍ପଣ
କରିଥିଲେ । ପରେ ବିଭିନ୍ନ ପ୍ରତିଯୋଗୀତାରେ କୃତୀତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା ଓ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହେଇଥିଲା । ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ଅଧ୍ୟାପକ, ଅଧ୍ୟାପିକାମାନେ ସହଯୋଗ କରିଥିଲେ ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.