ରାୟଗଡାରେ ପ୍ରଥମ ରାଷ୍ଟ୍ରିୟ ଲୋକଅଦାଲତ ଅନୁଷ୍ଠିତ

ଓଡ଼ିଆ ବାର୍ତ୍ତା/ ରାୟଗଡା (ଶିବ ନାରାୟଣ ଗୈାଡ): ଜିଲ୍ଲା ଆଇନ ସେବା ପ୍ରାଧିକରଣ ରାୟଗଡା ତତ୍ତ୍ବାବଧାନରେ ରାୟଗଡା ଜିଲ୍ଲା ସିଭିଲକୋର୍ଟ ପରିସରରେ ଆଜି ପ୍ରଥମ ରାଷ୍ଟ୍ରିୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି । ଏହି ଲୋକ ଅଦାଲତରେ ରାୟଗଡା ମୂଖ୍ୟ କୋର୍ଟ ସମେତ ଗୁଣୁପୁର, ବିଷମକଟକ, କାଶିପୁର କୋର୍ଟରେ ଦୀର୍ଘ ଦିନ ଧରି ପଡି ରହିଥିବା ୩୭୧୭ ଟି ମାମଲାର ଫଇସଲା ହୋଇ ଜରିମାନା ବାବଦକୁ ୭୭,୬୨,୮୯୩ ଟଙ୍କା ଓ ପ୍ରିଲିଟିଗେସନ ସମ୍ବନ୍ଧିତ ୩୮ ଟି ମାମଲାର ଫଇସଲା ହୋଇ ଜରିମାନା ବାବଦକୁ ୧,୮୧,୭୫୦ ଟଙ୍କା ଆଦାୟ ହୋଇଥିଲା । ଜିଲ୍ଲା ଆଇନ ସେବା ପ୍ରାଧିକରଣ ଅଧ୍ୟକ୍ଷ ତଥା ଅତିରିକ୍ତ ଜିଲ୍ଲା ଦୌରା ଜଜ୍ ଶ୍ରୀମତି ରୀନା ଚୌଧୁରୀଙ୍କ ତତ୍ତ୍ବାବଧାନରେ ଅନୁଷ୍ଠିତ ହୋଇଥିବା ଏହି ଲୋକ ଅଦାଲତକୁ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଂପାଦିକା ଶ୍ରୀମତି ନିବେଦିତା ପଣ୍ଡା ପରିଚାଳନା କରିଥିଲେ । ଏଥିରେ ପରିବାର ଅଦାଲତର ବିଚାରପତି ଅମୃତ ରଞ୍ଜନ ନନ୍ଦ, ସ୍ଥାୟୀ ଲୋକଅଦାଲତର ଅଧ୍ୟକ୍ଷ ଏସ.ଏ.କେ ଜାହିରା ଅହମଦ, ରେଜିଷ୍ଟ୍ରାର ଦେବିଜ୍ୟୋତି ମହାପାତ୍ର, ମହିଳା କୋର୍ଟର ବିଚାରପତି ଶ୍ରୀମତି ସୋନଲ ଶର୍ମା, ବରିଷ୍ଠ ଦେୱାନୀ ବିଚାରପତି ସୌମ୍ୟରୂପ ସାହୁ, ଅନୁବିଭାଗୀୟ ଦଣ୍ଡାଧିକାରୀ ଗୁରୁଚରଣ ଜେନାମଣୀ, ଗ୍ରାମ୍ୟ ନ୍ୟାୟାଧିକାରୀ ଶ୍ରୀମତି ସୁଭାସିନୀ ବେହେରା, ପ୍ରଥମ ଶ୍ରେଣୀ ବିଚାରପତି ଚନ୍ଦନ ଦେହୁରୀ ପ୍ରମୁଖ ଯୋଗ ଦେଇଥିଲେ । ଜିଲ୍ଲା ଆଇନ ସେବା ପ୍ରାଧିକରଣ ତଥା ଜିଲ୍ଲା ଅଦାଲତର କର୍ମଚାରୀ ମାନେ ଏଥିରେ ସହଯୋଗ କରିଥିଲେ ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.