କଶୃପଡ଼ା ମହାବିଦ୍ୟାଳୟରେ ୨୯ତମ ବାର୍ଷିକୋତ୍ସବ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): କଶୃପଡ଼ା ମହାବିଦ୍ୟାଳୟରେ ୨୯ ତମ ବାର୍ଷିକୋତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ରମେଶ ଚନ୍ଦ୍ର ନାଏକଙ୍କ ସଭାପତିତ୍ବରେ ଆୟୋଜିତ ଉକ୍ତ ସମାରୋହରେ ମୁଖ୍ୟ ଅତିଥି ଭାବେ ନର୍ଲା ବିଧାୟକ ଭୂପିନ୍ଦର ସିଂ, ସ୍ବତନ୍ତ୍ର ଅତିଥି ଭାବେ କଳାହାଣ୍ଡି ଜିଲ୍ଲାପରିଷଦ ଅଧ୍ୟକ୍ଷ ପୁଷେନ୍ଦ୍ର ସିଂଦେଓ, ସମ୍ମାନିତ ଅତିଥି ଭାବେ କେସିଙ୍ଗା ବ୍ଲକ ଅଧ୍ୟକ୍ଷ ଚନ୍ଦନ କୁମାର ସେନାପତି ପ୍ରମୁଖ ମଞ୍ଚାସୀନ ଥିଲେ। କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ମହାବିଦ୍ୟାଳୟର ଓଡ଼ିଆ ଅଧ୍ୟାପକ ଡକ୍ଟର ଅଜିତ କୁମାର ବେହେରା। ଏଥିରେ ମହାବିଦ୍ୟାଳୟ ତରଫରୁ ଆୟୋଜିତ କ୍ରୀଡ଼ା, ପ୍ରବନ୍ଧ ଲିଖନ, ବକ୍ତୃତା, ସଂଗୀତ ପ୍ରତିଯୋଗୀତାରେ କୃତୀ ପ୍ରତିଯୋଗୀଙ୍କୁ ମାନପତ୍ର ଓ ଟ୍ରଫି ଦେବା ସହ ଅଧ୍ୟାପକ ଓ କର୍ମଚାରୀଙ୍କୁ ସମ୍ମାନ ସୂଚକ ଟ୍ରଫି ପ୍ରଦାନ କରାଯାଇଥିଲା। ଡକ୍ଟର ମୋନାଲିସା ଶତପଥୀ ଓ ଅଧ୍ୟାପକ ଗୋପାଳ ଚନ୍ଦ୍ର ପ୍ରଧାନ ମଞ୍ଚ ପରିଚାଳନା କରିଥିଲେ। ଶେଷରେ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ ମହାବିଦ୍ୟାଳୟର ଛାତ୍ରଛାତ୍ରୀ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.