ସାଧାରଣ ବିଦ୍ୟାଳୟରେ ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ଦାବିରେ  ମୁଖ୍ୟଶାସନ ସଚ଼ିବଙ୍କୁ ଦାବିପତ୍ର

ଓଡ଼ିଆ ବାର୍ତ୍ତା/ ବୋଲଗଡ଼: ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ମାନଙ୍କ ଶିକ୍ଷା ପାଇଁ ମାନ୍ୟବର ଉଚ୍ଚତମ ନ୍ୟାୟାଳୟ ଡବ୍ଲୁ.ପି (ସି) ୧୩୨; ୨୦୧୬ ତା: ୨୮/୧୦/୨୦୨୧ ରେ ଏକ ରାୟର ଶୁଣାଣି କରି ପ୍ରତ୍ୟେକ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ପ୍ରତ୍ୟେକ ସାଧାରଣ ବିଦ୍ୟାଳୟରେ ଜଣେ ଜଣେ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ଦେବାକୁ ନିର୍ଦ୍ଦେଶ ଦେଇଥିଲେ। ଓଡ଼ିଶାର ପ୍ରତ୍ୟେକ ସାଧାରଣ ବିଦ୍ୟାଳୟ ରେ ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ଦାବିରେ ଆଜି ଓଡ଼ିଶା ସ୍ପେସିଆଲ୍ ଏଜୁକେଟର ଫେଡ଼େରସନ ଫର ଦିବ୍ୟାଙ୍ଗ(ଓଏସ୍ଇଏଫଡ଼ି) ଖୋର୍ଦ୍ଧା ଜିଲ୍ଲା ଶାଖା ପକ୍ଷରୁ ଜିଲ୍ଲା ସଭାନେତ୍ରୀ ଏଲୋରା ପ୍ରିୟଦର୍ଶିନୀ ମହାପାତ୍ର, ସଂଗଠକ ଲୋକଜିତ୍ ପରିଡ଼ା, ସନାତନ ସାହୁ, ପୁଷ୍ପାଞ୍ଜଳୀ ସାମନ୍ତରାୟ ବୋଲଗଡ଼ ବ୍ଲକ ବି.ଡ଼ି.ଓଙ୍କ ଜରିଆରେ ମାନନୀୟ ମୁଖ୍ୟ ଶାସନ ସଚ଼ିବଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ। ଜଣେ ଦିବ୍ୟାଙ୍ଗ ବିଦ୍ୟାର୍ଥୀ ମଧ୍ୟ ଏକ ସାଧାରଣ ବିଦ୍ୟାର୍ଥୀ ପରି ସମାନ ଶିକ୍ଷା ପାଇବାର ଆବଶ୍ୟକତା ଏବଂ ଅଧିକାର ରହିଛି। ପ୍ରତ୍ୟେକ ସାଧାରଣ ବିଦ୍ୟାଳୟରେ ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ଯଥାଶୀଘ୍ର ବାହାର କରିବା ପାଇଁ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ବିନମ୍ର ନିବେଦନ କରାଯାଇଛି ଏବଂ ଏହି ନିଯୁକ୍ତି ଦିଆଗଲେ ଦିବ୍ୟାଙ୍ଗ ବିଦ୍ୟାର୍ଥୀ ମାନେ ଉତ୍ତମ ଶିକ୍ଷା ପାଇ ସମାଜର ମୁଖ୍ୟସ୍ରୋତରେ ସାମିଲ୍ ହୋଇପାରିବେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.