ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): ଭାରତ ସରକାରଙ୍କ ଯୁବ ବ୍ୟାପାର ଏବଂ କ୍ରୀଡା ମନ୍ତ୍ରଣାଳୟ ଅଧିନସ୍ତ ଶାଖା ନେହେରୁ ଯୁବକେନ୍ଦ୍ର କଳାହାଣ୍ଡି ପକ୍ଷରୁ ଜିଲ୍ଲା ଯୁବ ଅଧିକାରୀ ପ୍ରସନ୍ନ ମେହେରଙ୍କ ଅଧ୍ୟକ୍ଷତାରେ ପଲିଟେକନିକ ପ୍ରଶିକ୍ଷଣ କେନ୍ଦ୍ର ଠାରେ ୩ ଦିନିଆ ଯୁବ ନେତୃତ୍ୱ ଏବଂ ଗୋଷ୍ଠୀ ବିକାଶ ତାଲିମ ଶିବିର ଶୁଭାରମ୍ଭ ହୋଇ ଯାଇଛି । ଆଜିର ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଡକ୍ଟର ବିଶ୍ୱଜିତ ଦାସ ଉପ ଜିଲ୍ଲାପାଳ ଭବାନୀପାଟଣା ଏବଂ ମୁଖ୍ୟ ବକ୍ତା ଭାବରେ ଅମୁଲ୍ୟ କୁମାର ପଣ୍ଡା ପ୍ରିନ୍ସିପାଲ ପୋଲିଟେକନିକ କଲେଜ ଭବାନୀପାଟଣା, ଅତିଥି ଭାବରେ ମନୋଜ କୁମାର ବେହେରା ସୂଚନା ଓ ଲୋକ ସମ୍ପର୍କ ବିଭାଗ କଳାହାଣ୍ଡି, ଅଶୋକ କୁମାର ପଟ୍ଟନାୟକ କର୍ତ୍ତବ୍ୟ ଅନୁଷ୍ଠାନ ମୁଖ୍ୟ, ଧୀରେନ୍ଦ୍ର କୁମ୍ଭାର ଅତିଥି ଭାବରେ ଯୋଗଦେଇ ପ୍ରଶିକ୍ଷାର୍ଥୀ ମାନଙ୍କୁ ଅଭିଭାଷଣ ରଖିଥିଲେ । ଲେଖାପାଳ ଦୂତିଆ ବନଛୋର ମଞ୍ଚ ପରିଚାଳନା କରିଥିଲେ । ଆଜିର ପ୍ରତେକ ଯୁବକଙ୍କ ପାଖରେ କିଛି ନାଁ କିଛି କଳା ଭରି ରହିଛି । ସେହି କଳା ମାଧ୍ୟମରେ ସେମାନେ ସମାଜ ପ୍ରତି ଥିବା ଦାୟିତ୍ୱକୁ ପୂରଣ କରି ପାରିବେ ବୋଲି ଅତିଥିମାନେ ମତ ପ୍ରକାଶ କରିଥିଲେ । ପରେ ପ୍ରଶିକ୍ଷକ ଅଶୋକ କୁମାର ପଟ୍ଟନାୟକ ଓ ସଂଜୀବ କୁମାର ସାହୁ ଉପସ୍ଥିତ ପ୍ରଶିକ୍ଷାର୍ଥୀଙ୍କୁ ପ୍ରଶିକ୍ଷଣ ଦେଇଥିଲେ । ଏହି ପ୍ରଶିକ୍ଷଣ ୩ ଦିନ ପ୍ରଯ୍ୟନ୍ତ ଚାଲୁ ରହିବ । ଏହି କାର୍ଯ୍ୟକ୍ରମରେ କଳାହାଣ୍ଡି ଜିଲ୍ଲାର ବିଭିନ୍ନ କ୍ଲବ ରୁ ପ୍ରଶିକ୍ଷାର୍ଥୀ ମାନେ ଆସି ପ୍ରଶିକ୍ଷଣ ନେବେ ବୋଲି ଜିଲ୍ଲା ଯୁବ ଅଧିକାରୀ ସୂଚନା ଦେଇଛନ୍ତି । ଏହି ପ୍ରଶିକ୍ଷଣ ଶିବିରକୁ ନେହେରୁ ଯୁବକେନ୍ଦ୍ର କଳାହାଣ୍ଡିର ସ୍ବେଛାସେବୀ ହିରେନ୍ଦ୍ର କୁମ୍ଭାର, କୋପ୍ନେଶ୍ଵର ବେମାଲ, ଯଶୋବନ୍ତ ରଣା, ମମତା ପ୍ରଧାନ, ରାହୁଲ ତାଣ୍ଡି, ଶମ୍ଭୁ ବିଶି, ଚୁଳମଣୀ ମାଝୀ ଏମିଟୀଏସ ଦୁଲ୍ଲଵ ମାଝୀ ପ୍ରମୁଖ ସହଯୋଗ କରିଥିଲେ ।