ବେଦାନ୍ତ ଲିମିଟେଡ ଓ ବେଦାନ୍ତ ହସ୍ପିଟାଲ ପକ୍ଷରୁ ତ୍ରିଲୋଚନପୁରରେ ମେଗା ସ୍ୱାସ୍ଥ୍ୟ ଶିବିର 

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): ଲାଞ୍ଜିଗଡ଼ସ୍ଥିତ ବେଦାନ୍ତ ଲିମିଟେଡ ସିଏସ୍‌ଆର୍ ବିଭାଗ ଏବଂ ବେଦାନ୍ତ ହସ୍ପିଟାଲ ପକ୍ଷରୁ ବ୍ଲକର ଶେଷ ସୀମାନ୍ତ ତ୍ରିଲୋଚନପୁର ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଏକ ମେଗା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶିବିରଟିର ଉଦ୍‌ଘାଟନ କରିଥିଲେ। ଏହି ଅବସରରେ ସମ୍ମାନିତ ଅତିଥି ଭାବେ ବେଦାନ୍ତ ଲିମିଟେଡ ମୁଖ୍ୟ ଚିକିତ୍ସାଧିକାରୀ ଡା. ଅକ୍ଷୟ କୁମାର ସାହୁ, ଜିଲ୍ଲା ପରିଷଦ ସଦସ୍ୟ ପରୀକ୍ଷିତ ନାଏକ, ତ୍ରିଲୋଚନପୁର ସରପଞ୍ଚ ଲକ୍ଷ୍ମୀ ମାଝୀ, ସମିତିସଭ୍ୟା ସୁଦଶା ପଟ୍ଟନାୟକ, ପଞ୍ଚାୟତ ନିର୍ବାହୀ ଅଧିକାରୀ ତାପସ କୁମାର ସାହୁ, ବେଦାନ୍ତ ଲିମିଟେଡ ସିଏସ୍‌ଆର୍ ବିଭାଗ ଉପମୁଖ୍ୟ ଦିଲିପ ପ୍ରଜାପତି, ଶ୍ରୀମୁଖ ଅଗସ୍ତି, ବସୁଦେବ ମାଝୀ ପ୍ରମୁଖ ଯୋଗ ଦେଇଥିଲେ। ବେଦାନ୍ତ ଲିମିଟେଡ ସିଏସ୍‌ଆର୍ ବିଭାଗ ମୁଖ୍ୟ ବିଭୁଦେନ୍ଦୁ ପଣ୍ଡାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ ମେଗା ସ୍ୱାସ୍ଥ୍ୟ ଶିବିରକୁ ବେଦାନ୍ତ ହସ୍ପିଟାଲ ମୁଖ୍ୟ ପରିଚାଳନା ଅଧିକାରୀ ଅମର କୁମାର ମହାନ୍ତି, ମୋବାଇଲ୍ ହେଲ୍‌ଥ ୟୁନିଟ୍ ମେଡିକାଲ ଅଫିସର ଡା. ପ୍ରଶାନ୍ତ ପରମାଣିକ, ସହକାରୀ କମ୍ୟୁନିଟି ମ୍ୟାନେଜର ଅଶୋକ ଖୋରା ପ୍ରମୁଖ ପରିଚାଳନା କରିଥିଲେ। ଏଥିରେ ସ୍ତ୍ରୀ ଓ ପ୍ରସୂତି ରୋଗ ବିଶେଷଜ୍ଞ ଡା. ଚାରୁବାଳା ସାହୁ, ଶିଶୁ ରୋଗ ବିଶେଷଜ୍ଞ ଡା. ଜୟଶ୍ରୀ କେତନ ମହାପାତ୍ର, ଡା. ସାହୁ ଏବଂ ଡା. ପରମାଣିକ ପ୍ରମୁଖ ଅଞ୍ଚଳର କୁଟିଆ ଓ ଝରଣିଆ କନ୍ଧ ଜନଜାତିର ଦୁଇଶହରୁ ଉର୍ଦ୍ଧ୍ୱ ପୁରୁଷ ଓ ମହିଳାଙ୍କୁ ଚିକିତ୍ସା ଓ ପରାମର୍ଶ ସେବା ଯୋଗାଇ ଦେଇଥିଲେ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.