• ଚିଲିକା ଏବଂ ଟାଙ୍ଗି ବିଡ଼ିଓଙ୍କ ଜରିଆରେ ମୁଖ୍ୟ ଶାସନ ସଚ଼ିବଙ୍କୁ ଦାବିପତ୍ର ପ୍ରଦାନ
ଓଡ଼ିଆ ବାର୍ତ୍ତା/ ଖୋର୍ଦ୍ଧା: ଓଡ଼ିଶାର ପ୍ରତ୍ୟେକ ସାଧାରଣ ବିଦ୍ୟାଳୟରେ ଦିବ୍ୟାଙ୍ଗ ବିଦ୍ୟାର୍ଥୀ ମାନଙ୍କ ଶିକ୍ଷା ପାଇଁ ମାନ୍ୟବର ଉଚ୍ଚତମ ନ୍ୟାୟାଳୟଙ୍କ ନିର୍ଦ୍ଧାରିତ ରାୟ ଅନୁସାରେ ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ଦାବିରେ ଆଜି ଓଡ଼ିଶା ସ୍ପେସିଆଲ୍ ଏଜୁକେଟର ଫେଡ଼େରସନ ଫର ଦିବ୍ୟାଙ୍ଗ (ଓଏସ୍ଇଏଫଡ଼ି) ଖୋର୍ଦ୍ଧା ଜିଲ୍ଲା ଶାଖା ପକ୍ଷରୁ ମୁଖ୍ୟ ଶାସନ ସଚ଼ିବଙ୍କ ଉଦ୍ଦେଶ୍ୟରେ ଚ଼ିଲିକା ବ୍ଲକ ବିଡ଼ିଓଙ୍କ ଜରିଆରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି।ଅନୁରୂପ ଭାବେ ମୁଖ୍ୟ ଶାସନ ସଚ଼ିବଙ୍କ ଉଦ୍ଦେଶ୍ୟରେ ଟାଙ୍ଗୀ ବ୍ଲକ ବିଡ଼ିଓଙ୍କୁ ମଧ୍ୟ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଜଣେ ଦିବ୍ୟାଙ୍ଗ ବିଦ୍ୟାର୍ଥୀ ମଧ୍ୟ ଏକ ସାଧାରଣ ବିଦ୍ୟାର୍ଥୀ ପରି ସମାନ ଶିକ୍ଷା ପାଇବାର ଆବଶ୍ୟକତା ଏବଂ ଅଧିକାର ରହିଛି।ପ୍ରତ୍ୟେକ ସାଧାରଣ ବିଦ୍ୟାଳୟରେ ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ଯଥାଶୀଘ୍ର ବାହାର କରିବା ପାଇଁ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ବିନମ୍ର ନିବେଦନ କରାଯିବା ସହ ଏହି ନିଯୁକ୍ତି ଦିଆଗଲେ ଦିବ୍ୟାଙ୍ଗ ବିଦ୍ୟାର୍ଥୀମାନେ ଉତ୍ତମ ଶିକ୍ଷା ପାଇ ସମାଜର ମୁଖ୍ୟସ୍ରୋତରେ ସାମିଲ୍ ହୋଇପାରିବା ସହ ଓଡ଼ିଶାରେ ୬୦୦୦ ରୁ ଉର୍ଦ୍ଦ୍ବ ଆଶାୟୀ ସ୍ବତନ୍ତ୍ର ଶିକ୍ଷକ ଶିକ୍ଷୟତ୍ରୀ ଉପକୃତ ହୋଇପାରିବେ। ଉକ୍ତ ଦାବିପତ୍ର ପ୍ରଦାନ ସମୟରେ ଓଏସ୍ଇଏଫଡ଼ି ରାଜ୍ୟ ଆଇଟି ସେଲ ସଂଯୋଜକ ବିଶ୍ବବିଜୟୀ ଦାଶ, ଅଭିଜିତ୍ ଦାଶ, ଅଶାନ୍ତି ମହାରଣା ପ୍ରମୁଖ ଉପସ୍ଥିତ ଥିଲେ।