ସାଧାରଣ ବିଦ୍ୟାଳୟରେ ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ଦାବି ନେଇ ଖୋର୍ଦ୍ଧା ବିଡ଼ିଓଙ୍କ ଜରିଆରେ ମୁଖ୍ୟ ଶାସନ ସଚ଼ିବଙ୍କୁ ଦାବିପତ୍ର 

ଓଡ଼ିଆ ବାର୍ତ୍ତା/ ଖୋର୍ଦ୍ଧା: ଓଡ଼ିଶାର ପ୍ରତ୍ୟେକ ସାଧାରଣ ବିଦ୍ୟାଳୟରେ ମାନ୍ୟବର ଉଚ୍ଚତମ ନ୍ୟାୟାଳୟଙ୍କ ନିର୍ଦ୍ଧାରିତ ରାୟ ଅନୁସାରେ ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ଦାବିରେ ଓଡ଼ିଶା ସ୍ପେସିଆଲ୍ ଏଜୁକେଟର ଫେଡ଼େରସନ ଫର ଦିବ୍ୟାଙ୍ଗ (ଓଏସ୍ଇଏଫଡ଼ି) ଖୋର୍ଦ୍ଧା ଜିଲ୍ଲା ଶାଖା ପକ୍ଷରୁ ଖୋର୍ଦ୍ଧା ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ଜରିଆରେ ମାନନୀୟ ମୁଖ୍ୟ ଶାସନ ସଚ଼ିବଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଏହି ଦାବିପତ୍ର ପ୍ରଦାନ ସମୟରେ ଜିଲ୍ଲା ଉପସଭାପତି ସୁଶୀଲ କୁମାର ସାହୁ ଓ ରିତୁପର୍ଣ୍ଣା ସିଂହ ଉପସ୍ଥିତ ଥିଲେ। ଜଣେ ଦିବ୍ୟାଙ୍ଗ ବିଦ୍ୟାର୍ଥୀ ମଧ୍ୟ ଏକ ସାଧାରଣ ବିଦ୍ୟାର୍ଥୀ ପରି ସମାନ ଶିକ୍ଷା ପାଇବାର ଆବଶ୍ୟକତା ଏବଂ ଅଧିକାର ରହିଛି। ପ୍ରତ୍ୟେକ ସାଧାରଣ ବିଦ୍ୟାଳୟ ରେ ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ଯଥାଶୀଘ୍ର ବାହାର କରିବା ପାଇଁ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ବିନମ୍ର ନିବେଦନ କରାଯିବା ସହ ଏହି ନିଯୁକ୍ତି ଦିଆଗଲେ ଦିବ୍ୟାଙ୍ଗ ବିଦ୍ୟାର୍ଥୀ ମାନେ ଉତ୍ତମ ଶିକ୍ଷା ପାଇ ସମାଜର ମୁଖ୍ୟସ୍ରୋତରେ ସାମିଲ୍ ହୋଇପାରିବା ସହ ଓଡ଼ିଶାରେ ୬୦୦୦ ରୁ ଉର୍ଦ୍ଦ୍ବ ଆଶାୟୀ ସ୍ବତନ୍ତ୍ର ଶିକ୍ଷକ ଶିକ୍ଷୟତ୍ରୀ ଉପକୃତ ହୋଇପାରିବେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.