ସୂଚନା ଏବଂ ପ୍ରଯୁକ୍ତି ବିଦ୍ୟା ବିଭାଗରେ ସେମିନାର ଦିବସ ପାଳିତ

ଓଡ଼ିଆ ବାର୍ତ୍ତା/ ରାୟଗଡା (ଶିବ ନାରାୟଣ ଗୈାଡ): ରାୟଗଡା ସ୍ୱଂୟଶାସିତ ମହାବିଦ୍ୟାଳୟର ସୂଚନା ଏବଂ ପ୍ରଯୁକ୍ତି ବିଦ୍ୟା ବିଭାଗରେ ଆଜି ସେମିନାର ଦିବସ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ମହାବିଦ୍ୟାଳୟର ଅଧ୍ୟକ୍ଷ  ଡ. ପ୍ରଫେସର ପ୍ରସନ୍ନ କୁମାର ଗନ୍ତାୟତ ଯୋଗ ଦେଇଥିବା ବେଳେ ସମ୍ମାନୀତ ଅତିଥି ଏବଂ ଉତ୍ସ ବ୍ୟକ୍ତ ଭାବେ କମ୍ପ୍ୟୁଟର ବିଞାନ ବିଭାଗର ବିଭାଗୀୟ ମୁଖ୍ୟ ପ୍ରଫେସର ଡ. ମାନଓ ରଂଜନ ପାତ୍ର ଏବଂ ସୂଚନା ଓ ପ୍ରଯୁକ୍ତି ବିଦ୍ୟା ବିଭାଗର ବିଭାଗୀୟ ମୁଖ୍ୟ ପ୍ରଫେସର ସଂଗ୍ରାମୀ କେଶରୀ ନାୟକ,ଲାବୋରଟେରୀ ସହାୟକ ତୁପୋର ବେହେରା ପ୍ରମୁଖ କାର୍ଯ୍ୟକ୍ରମରେ ଯୋଗଦାନ କରିଥିଲେ । ଏହି ସେମିନାରରେ ‘ଟେକ୍ନୋଲୋଜି ଫର ଏ ବେଟର ଟୁମାରୋ’ଗୁରୁତ୍ୱ ବିଷୟରେ ଛାତ୍ରଛାତ୍ରୀଙ୍କୁ ଉପସ୍ଥିତ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ପ୍ରଫେସର ଡ.ମାନସ ରଂଜନ ପାତ୍ର ଉଦବୋଧନ ଦେଇଥିଲେ । ସୂଚନା ଏବଂ ପ୍ରଯୁକ୍ତି ବିଦ୍ୟା ବିଭାଗର ମୁଖ୍ୟ ପ୍ରଫେସର ଶ୍ରୀ ନାୟକ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ସମସ୍ତ ଛାତ୍ରଛାତ୍ରୀମାନେ କାର୍ଯ୍ୟକ୍ରମରେ ଭାଗ ନେଇଥିଲେ । ପରିଶେଷରେ ସେମିନାର ସଂପାଦକ ପି.ନନ୍ଦନୀ ଉପସ୍ଥିତ ଅତିଥିଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.