ଜାତୀୟ ବିଜ୍ଞାନ ଦିବସରେ ଘଣ୍ଟମାଳ ୟୁପି ସ୍କୁଲର ବାର୍ଷିକ ଉତ୍ସବ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ନର୍ଲା ବ୍ଲକ୍ ଅଧିନସ୍ଥ ଘଣ୍ଟମାଳ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଅଷ୍ଟମ ବାର୍ଷିକ ଉତ୍ସବ ସମାପନ ହୋଇଯାଇଛି । ଉକ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ତ୍ରୀବିକ୍ରମ ଷଢଙ୍ଗୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଭବ୍ୟ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ନର୍ଲା ବ୍ଲକ ଶିକ୍ଷା ଧିକାରୀ ତପିମଣି ଜାନୀ ଯୋଗଦାନ କରି ଥିଲେ ।

ମଙ୍ଗଳବାର ଅନୁଷ୍ଠିତ ବାର୍ଷିକ ଉତ୍ସବ କାର୍ଯ୍ୟକ୍ରମରେ ପ୍ରଥମେ ଅତିଥି ବୃନ୍ଦ ଦୀପ ପ୍ରଜ୍ୱଳନ କରିବା ପରେ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା । ପ୍ରଧାନ ଶିକ୍ଷକ ଶ୍ରୀ ଷଢଙ୍ଗୀ ସ୍ୱାଗତ ଭାଷଣ ଦେବା ସହ ବାର୍ଷିକ ବିବରଣୀ ପଠନ କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ସମ୍ମାନୀତ ଅତିଥି ଭାବରେ ପିଏନ୍ଏସ୍ ପ୍ରତିନିଧି ଲିଙ୍ଗରାଜ ମିଶ୍ର,ଘଣ୍ଟମାଳ ଯୁବ ଉଦ୍ୟୋଗୀ ସରପଞ୍ଚ ଦେବେନ୍ଦ୍ର ସା, ବୁରାଟ ଆଞ୍ଚଳିକ ସାଧନ କେନ୍ଦ୍ର ର ସଂଯୋଜକ କେଦାରନାଥ ନାଗ, ବିଘନେଶ୍ୱର ହାଇସ୍କୁଲ ଘଣ୍ଟମାଲ ର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଲଳିତ କୁମାର ସାହୁ, ବିଦ୍ୟାଳୟ ପରିଚାଳନା ସମିତିର ସଭାନେତ୍ରୀ କାନ୍ତି କୁମାରୀ ମାଝୀ ପ୍ରମୁଖ ଯୋଗଦାନ କରି ମାର୍ଗଦର୍ଶନ ଦେଇଥିଲେ ।

ମୁଖ୍ୟବକ୍ତା ଭାବରେ ସତ୍ୟସାଇ ବିଦ୍ୟାଳୟ ଭବାନୀପାଟଣାର ଅଧ୍ୟକ୍ଷ ଶିକ୍ଷାବିତ ଡ଼ ଉମେଶ ଚନ୍ଦ୍ର ଶତପଥୀ ଯୋଗଦାନ କରି ଶିକ୍ଷା ହିଁ ଜୀବନର ମୂଳ ମନ୍ତ୍ର ବୋଲି ତାଙ୍କ ବକ୍ତବ୍ୟରେ କହିଥିଲେ । ଅନ୍ୟ ସମସ୍ତ ଶିକ୍ଷକ ଓ ଶିକ୍ଷୟତ୍ରୀ ମାନଙ୍କ ମଧ୍ୟରେ ରେଖା ଖେତାନ, ଅମ୍ବିକା ପଣ୍ଡା, ଗୁଣ୍ଡିଚାରାଣୀ ବାଡତ୍ୟା, ଜୟଶ୍ରୀ ଗୋଛାୟତ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ । ଇତ୍ୟବସରରେ ବିଦ୍ୟାଳୟରେ ବିଜ୍ଞାନ ମେଳା ଆୟୋଜିତ ହୋଇଥିଲା । ବିଜ୍ଞାନ ମେଳା ଅତିଥିଙ୍କ କରକମଳରେ ଉଦ୍ଘାଟନ କରାଯାଇଥିଲା । ଇତ୍ୟବସରରେ ବିଜ୍ଞାନ ଶିକ୍ଷୟିତ୍ରୀ ଶ୍ରୀମତୀ ବାଡତ୍ୟା ଓ ଶ୍ରୀମତୀ ଗୋଛାୟତ ଙ୍କ ନେତୃତ୍ୱରେ ଛାତ୍ରଛାତ୍ରୀ ମାନେ ୧୩ ଗୋଟି ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶନ କରିଥିଲେ । ଗତ ମାସରେ ଅନୁଷ୍ଠିତ ହୋଇଥିବା ବିଦ୍ୟାଳୟର ବାର୍ଷିକ କ୍ରୀଡାର କୃତୀ ପ୍ରତିଯୋଗୀ ମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା । କାର୍ଯ୍ୟକ୍ରମର ଦ୍ୱିତୀୟ ଅଧିବେସନରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଶେଷରେ ପ୍ରଧାନ ଶିକ୍ଷକ ଶ୍ରୀ ଷଢଙ୍ଗୀ ଧନ୍ୟବାଦ ଅର୍ପଣ କରିଥିଲେ ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.