ଗୌଡ଼କର୍ଲାଖୁଣ୍ଟା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମୌଳିକ ସାକ୍ଷରତା ସଂଖ୍ୟା ଜ୍ଞାନ କୋଠରୀ ଉଦଘାଟିତ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ହେମନ୍ତ ସାହୁ): ପ୍ରାଥମିକ ବିଦ୍ୟାଳୟ ପ୍ରଥମରୁ ତୃତୀୟ ଶ୍ରେଣୀର ଛାତ୍ରଛାତ୍ରୀ ଶିକ୍ଷା ଓ ଦକ୍ଷତା ବୃଦ୍ଧିରେ ବ୍ୟାପକ ପରିବର୍ତ୍ତନ ଆଣିବା ପାଇଁ ନିଆଯାଇଥିବା ମିଶନରେ ପ୍ରତି ବ୍ଲକରେ ଗୋଟିଏ ଲେଖାଏଁ ମୌଳିକ ସାକ୍ଷରତା ସଂଖ୍ୟା ଜ୍ଞାନ କୋଠରୀ ନିର୍ମାଣ ହେବ। ଏହି ପରିପେକ୍ଷିରେ କଳାହାଣ୍ଡି ଡ଼ିଆଇଇଟି ଅଧ୍ୟକ୍ଷ ଡ଼ ସ୍ନେହାପ୍ରଭା ମହାପାତ୍ରଙ୍କ ନିର୍ଦ୍ଦେଶକ୍ରମେ ଡାଏଟ ସିଆରସିସି ସଂଯୋଜକ ଈଶ୍ୱର ଚନ୍ଦ୍ର ବେହେରାଙ୍କ ତତ୍ବବଧାନରେ ମ.ରାମପୁର ବ୍ଲକର ଗୌଡ଼କର୍ଲାଖୁଣ୍ଟା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମୌଳିକ ସାକ୍ଷରତା ସଂଖ୍ୟା ଜ୍ଞାନ କୋଠରୀ ଉଦଘାଟିତ ହୋଇଯାଇଛି। ଏନେଇ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ତପିମଣି ଯାନୀ, ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଜୟସେନ ନିଆଲ, ଡ଼ିଆଇଇଟି କଳାହାଣ୍ଡିର ଶିକ୍ଷକ ପ୍ରଶିକ୍ଷିକ ଅରୁଣ କୁମାର ଭୋଇ ଓ ସୁଶ୍ରୀ ବିଜିଲି ଏକ୍କା ଯୋଗ ଦେଇଥିଲେ। ଏହି ଅବସରରେ ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଶିକ୍ଷକ ସଂଘର ସଭାପତି ଓ ସ୍କୁଲ ପରିଚାଳନା କମିଟି ଅଧ୍ୟକ୍ଷ, ସମସ୍ତ ସିଆରସିସି, ଶିକ୍ଷକଙ୍କ ସହ ଅଞ୍ଚଳର ଅନେକ ବୁଦ୍ଧିଜୀବୀ ଯୋଗଦେଇଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.