ବ୍ଲକସ୍ତରୀୟ ପଞ୍ଚାୟତିରାଜ ଓ ଲୋକସେବା ଦିବସ ପାଳିତ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): ଲାଞ୍ଜିଗଡ଼ ବ୍ଲକ ମୁଖ୍ୟାଳୟ ବିଶ୍ୱନାଥପୁରସ୍ଥିତ ବ୍ଲକ ସମ୍ମିଳନୀ କକ୍ଷରେ ଆଜି ବ୍ଲକସ୍ତରୀୟ ପଞ୍ଚାୟତିରାଜ ଓ ଲୋକସେବା ଦିବସ ପାଳିତ ହୋଇଯାଇଛି । ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା କମଳା ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପୂର୍ବତନ ବିଧାୟକ ଶିବାଜୀ ମାଝୀ, ସମ୍ମାନିତ ଅତିଥି ଭାବେ ଲାଞ୍ଜିଗଡ଼ ବିଧାୟକଙ୍କ ପ୍ରତିନିଧି ପ୍ରଦୀପ କୁମାର ଘଡ଼େଇ, ବ୍ଲକ ଉପାଧ୍ୟକ୍ଷ ସଞ୍ଜୀବ କୁମାର ନାୟକ, ଜିଲ୍ଲା ପରିଷଦ ସଦସ୍ୟ ପରୀକ୍ଷିତ ନାଏକ, କାନକୁଟ୍ରୁ ସମିତିସଭ୍ୟ ମନୋହର ହରପାଲ, ପାହାଡ଼ପଦର ସମିତିସଭ୍ୟ ଜଗଦୀଶ ବେନିଆଁ, ପୂର୍ବତନ ବ୍ଲକ ଉପାଧ୍ୟକ୍ଷ ଶ୍ରୀଧର ପେସନିଆ, ରେଞ୍ଜର ନରୋତ୍ତମ ମିଝୀ ଏବଂ ବ୍ଲକ ସହକାରୀ ଯନ୍ତ୍ରୀ ସାଲଖୁ ହେମ୍ବ୍ରମ ପ୍ରମୁଖ ମଞ୍ଚାସୀନ ଥିଲେ । ଏହି ଅବସରରେ ବିଶ୍ଵନାଥପୁର ସରପଞ୍ଚ ସୁରଥ ମାଝୀ,ବିଜେଡି ମିଡ଼ିଆ ସେଲ ସଭାପତି ସନ୍ତୋଷ କୁମାର ତୁଳ,ଯୁବ ସମାଜସେବୀ ମନୋରଞ୍ଜନ ବିଶି, ସୁବାସ ଅଗ୍ରୱାଲ,ଦେବାଶିଷ ରଞ୍ଜନ ବିଶି, କୃଷ୍ଣ ଚନ୍ଦ୍ର ଘଡେଇ,ବନଚରଣ ଦଳେଇ ସମେତ ବ୍ଲକର ୨୬ଗୋଟି ଗ୍ରାମପଞ୍ଚାୟତ ଅଞ୍ଚଳରୁ ଜନପ୍ରତିନିଧି ଓ ବିଭିନ୍ନ ବିଭାଗର କର୍ମଚାରୀମାନେ ଉପସ୍ଥିତ ରହି ପଞ୍ଚାୟତିରାଜ ଓ ଲୋକସେବା ଦିବସ ଉପରେ ଆଲୋଚନାରେ ଭାଗ ନେଇଥିଲେ । କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ବ୍ଲକ ସାମାଜିକ ସଂପ୍ରସାରଣ ଅଧିକାରୀ ସରୋଜ କୁମାର ପ୍ରଧାନ ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.