ଫଗୁଣର ଫଗୁରେ ଭିଜିଲା ନର୍ଲା, ପ୍ରବଳ ଉତ୍ସାହ ଉଦ୍ଦୀପନା ସହ ପାଳିତ ହେଲା ହୋଲି ପର୍ବ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ସମସ୍ତଙ୍କୁ ଭାବର ରଙ୍ଗରେ ରଙ୍ଗୀନ କରିବାକୁ ବର୍ଷକ ପରେ ଆସିଛି ଭାଇଚାରାର ମହାନ ପର୍ବ ହୋଲି। ଅବିର ମାଧ୍ୟମରେ ଶାନ୍ତି, ପ୍ରୀତି, ମୈତ୍ରି, ସଦଭାବନାର ବାର୍ତ୍ତା ବିଞ୍ଛି ଚାଲିଛି ଏହି ମହାନ ପର୍ବ। ନର୍ଲାରେ ମଧ୍ୟ ପ୍ରବଳ ଉତ୍ସାହ ଉଦ୍ଦୀପନା ସହ ପାଳିତ ହୋଇଛି ହୋଲି ପର୍ବ।  ପରସ୍ପରକୁ ଅବିର ଓ ରଙ୍ଗ ଲଗାଇ ଅଭିବାଦନ ଜଣାଇଛନ୍ତି ଆବାଳ ବୃଦ୍ଧ ବନିତା। କିଛି ସମୟ ପାଇଁ ହେଉ ପଛେ ସମସ୍ତେ ଭୁଲି ଯାଇଛନ୍ତି ଜୀବନର ସବୁ ଦୁଃଖ, କଷ୍ଟ। ରଙ୍ଗ ଖେଳିବା ସହ ସମସ୍ତେ ମଜ୍ଜି ଯାଇଥିଲେ ନାଚ, ଗୀତରେ। ଏହି ହୋଲି ପର୍ବସହ ଯୋଡି ହୋଇଛି ଅନେକ ପୌରାଣିକ ଆଖ୍ୟାନ। ଭଗବାନ ଶ୍ରୀକୃଷ୍ଣଙ୍କ ଲୀଳାଖେଳାର ଅଂଶବିଶେଷ ହେଉଛି ହୋଲି ଉତ୍ସବ। ସାରା ବିଶ୍ୱର ବିଭିନ୍ନ ପ୍ରାନ୍ତରେ ଏହି ପର୍ବ ଧୂମଧାମରେ ପାଳିତ ହୋଇଥାଏ। ଏ ନେଇ ନର୍ଲା ବ୍ଲକର ଦେବଗିରି ମଠ ବୁଢୀପଦର ସମେତ ପ୍ରତ୍ୟେକ ଶ୍ରୀଜଗନ୍ନାଥ ମନ୍ଦିର ଓ ଅନ୍ୟ ମନ୍ଦିରରେ ସ୍ୱତନ୍ତ୍ର ପୂଜାର୍ଚ୍ଚନା ହୋଇଥିଲା। ନିଜ ପ୍ରିୟଜନ ଓ ସାଙ୍ଗସାଥୀଙ୍କ ସହ ସମସ୍ତେ ଏହି ରଙ୍ଗର ପର୍ବକୁ ଧୁମଧାମରେ ପାଳନ କରିଛନ୍ତି। 

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.