ଶିକ୍ଷା ବ୍ୟବସ୍ଥାର ବିକଳ ଚିତ୍ର : ଭଙ୍ଗା ଦଦରା ଘରେ ଭବିଷ୍ୟତ ଗଢୁଛନ୍ତି ଦେଶର ଭବିଷ୍ୟତ

ଓଡ଼ିଆ ବାର୍ତ୍ତା/ କନ୍ଧମାଳ (ସଞ୍ଜୟ କୁମାର ପାଣିଗ୍ରାହୀ): ଭଙ୍ଗା ଦଦରା ଘରେ ଚାଲିଛି ଶିକ୍ଷା ଦାନ। ବିପଦ ସଂକୁଳ ଅବସ୍ଥାରେ ଗଢ଼ାଚାଲିଛି କୋମଳମତି ପିଲାଙ୍କ ଭବିଷ୍ୟତ। ଏଭଳି ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ବ୍ଲକ ଓରା ପଞ୍ଚାୟତର ଆଡାରି ପ୍ରାଥମିକ ବିଦ୍ୟାଳୟରେ। ଶିକ୍ଷାକୁ ଗୁରୁତ୍ୱ ଦେଇ ମାଗଣାରେ ରହିବା,ଖାଇବା ସହ ମାଗଣାରେ ବହି,ଖାତା, ପୋଷାକ ଓ ଯୋତା ଆଦି ଯୋଗାଇ ଦେଉଛନ୍ତି ସରେ। ଏଥି ସହିତ ଛାତ୍ରଛାତ୍ରୀଙ୍କୁ ଉନ୍ନତ ମାନର ଶିକ୍ଷା ପ୍ରଦାନ ପାଇଁ ବିଭିନ୍ନ ଯୋଜନା ମଧ୍ୟ କଲେଣି କିନ୍ତୁ, ଆଜିବି ଏମିତି ଅନେକ ଅଞ୍ଚଳ ରହିଛି ଯେଉଁଠିକି ଏସବୁ ଯୋଜନା ସେମାନଙ୍କ ପାଇଁ ସାତସପନ ପାଲଟିଛି।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

କୋଟଗଡ଼ ବ୍ଲକ୍ ଅନ୍ତର୍ଗତ ଓରା ପଞ୍ଚାୟତର ଆଡାରି ବିଦ୍ୟାଳୟ ହେଉଛି ଏହାର ଜ୍ୱଳନ୍ତ ଉଦାହରଣ। ୨୦୧୦ ମସିହାରେ ଏହି ବିଦ୍ୟାଳୟଟି ସ୍ଥାପିତ ହେଇଥିଲା। ହେଲେ ଦୁଃଖ ଓ ପରିତାପର ବିଷୟ ଯେ ଉକ୍ତ ବିଦ୍ୟାଳୟକୁ ଯିବା ନିମନ୍ତେ ରାସ୍ତା ଟିଏ ନାହିଁ। ଫଳରେ ଛାତ୍ରଛାତ୍ରୀ ବିଲ ହୁଡ଼ା ଦେଇ ବିଦ୍ୟାଳୟକୁ ଯିବାକୁ ପଡୁଛି। ବିଦ୍ୟାଳୟରେ ଶ୍ରେଣୀ ଗୃହ ନଥିବାରୁ ଭଙ୍ଗା ଦଦରା କୁଡ଼ିଆ ଘରେ ବିପଦ ସଂକୁଳ ଅବସ୍ଥାରେ ଚାଲିଛି ଶିକ୍ଷାଦାନ। ପାଞ୍ଚଟି ଶ୍ରେଣୀ ପାଇଁ ଗୋଟିଏ ମଧ୍ୟ ଭଲ ଗୃହ ନାହିଁ। ଏଥିରୁ ସ୍ପଷ୍ଟ ଅନୁମେୟ ଯେ ଏହି ବିଦ୍ୟାଳୟରେ ଅନ୍ୟାନ୍ୟ ବ୍ୟବସ୍ଥା କଣ ଥିବ?

Udyog Nursery
Udyogi Nursery

ଏଠାରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମୁଦାୟ ୨୬ଜଣ ଛାତ୍ରଛାତ୍ରୀ ପଢ଼ୁଥିବା ବେଳେ ପ୍ରଧାନ ଶିକ୍ଷକ ବାଳି ପ୍ରଧାନ ଓ ସହକାରୀ ଶିକ୍ଷକ ଦାଶରଥୀ ମାର୍ଥା ନିୟମିତ ବିଦ୍ୟାଳୟକୁ ଯାଇ ଛାତ୍ର ଛାତ୍ରୀଙ୍କୁ ଶିକ୍ଷାଦାନ କରୁଥିବା ଜଣାପଡ଼ିଛି। ଏନେଇ ବାରମ୍ବାର ଅଭିଯୋଗ କରି ଆସୁଥିଲେ ମଧ୍ୟ ଏଥିପ୍ରତି ପ୍ରଶାସନ ଦୃଷ୍ଟି ଦେଉନାହିଁ। ଯଥା ଶୀଘ୍ର ବିଦ୍ୟାଳୟର ଶ୍ରେଣୀ ଗୃହ ସମେତ ଆନୁସଙ୍ଗିକ ବ୍ୟବସ୍ଥା ନସୁଧାରିଲେ ଆଗାମୀ ଦିନରେ ବ୍ଲକ୍ କାର୍ଯ୍ୟାଳୟ ଓ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଘେରାଉ କରିବୁ ବୋଲି ଚେତାବନୀ ଦେଇଛନ୍ତି ବିଦ୍ୟାଳୟ ପରିଚାଳନା କମିଟି ସଭାପତି ସୁରତ ପାଟମାଝି ଓ ଅଞ୍ଚଳବାସୀ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.