CRPF ର କୁମ୍ବିଂ ବେଳେ ବହୁ ସାମଗ୍ରୀ ଜବତ: ୧୧ ସନ୍ଧିଗ୍ଧ ବ୍ୟକ୍ତି ଅଟକ, ପଚରାଉଚରା ଜାରୀ

ଓଡ଼ିଆ ବାର୍ତ୍ତା/ କନ୍ଧମାଳ (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ ବ୍ଲକ ହରିପୁର ନିକଟସ୍ଥ ବୁଢ଼ା ପାହାଡ଼ରେ କୋଟଗଡ ସିଆରପିଏଫ ବାଟାଲିୟନ ଯବାନଙ୍କ କୁମ୍ବିଙ୍ଗ ବେଳେ ସନ୍ଦେହଜନକ ମାଓ ସାମଗ୍ରୀ ସହ ୧୧ଜଣଙ୍କୁ ଧରିବାରେ ସକ୍ଷମ ହୋଇଛି । ଜବତ ସାମଗ୍ରୀ ମଧ୍ୟରେ ୪ଦେଶୀବନ୍ଧୁକ,୩ ଟାଙ୍ଗିଆ, ଗୋଟିଏ କଟୁରୀ, ରଂଜକ, ହେଡ଼ ଲାଇଟ, ଥଳି, ଓ ୨ଟି ମୋବାଇଲ ଫୋନ ଜବତ ହୋଇଥିବା ଦେଖିବାକୁ ମିଳିଛି ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

ସିଆରପିଏଫ ସୂଚନାନୁଯାଇ କୋଟଗଡ ସିଆରପିଏଫ ଯବାନ ମାନେ ନିଜର ଦୈନିକ ରୁଟିନ ଅନୁଯାଇ ମାଦାଗୁଡା ପଂଚାୟତର ଜରିଘାଟି ଗାଁ ନିକଟରେ କୁମ୍ବିଙ୍ଗ କରିବା ବେଳେ ସନ୍ଦେହଜନକ ଅବସ୍ଥାରେ ବନ୍ଧୁକ ସହ କିଛି ଲୋକ ଦୌଡ଼ି ଚାଲିଯିବାକୁ ଉଦ୍ୟମ କରିଥିଲେ, ଫଳରେ ସିଆରପିଏଫ ପକ୍ଷରୁ ସେମାନଙ୍କୁ କାବୁ କରିବା ସହ ବହୁ ସାମଗ୍ରୀ ଜବତ କରାଯାଇଛି l ଏହି ୧୧ଜଣ ବ୍ୟକ୍ତି ମାନେ କିଏ ଓ କଣ ପାଇଁ ସେମାନେ ଏତେ ଗୁଡିଏ ସାମଗ୍ରୀ ପାଖରେ କାହିଁକି ରଖିଥିଲେ ? ସେମାନଙ୍କ ସହ ସେମିତି କିଛି ମାଓ ଗତିବିଧି ଲିଙ୍କ ରହିଛି କି ତାର ସମ୍ପୂର୍ଣ୍ଣ ଖୋଳତାଡ ଜାରି ରଖିଥିବା ଜଣାପଡିଛି ।

Udyog Nursery
Udyogi Nursery

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.