ଓଡ଼ିଆ ବାର୍ତ୍ତା/ ଜୁନାଗଡ଼ : ଆଜି ଜୁନାଗଡ଼ ବ୍ଳକର ପ୍ରାୟ ଏକ ହଜାର ଛାତ୍ରଛାତ୍ରୀ ମାନଙ୍କୁ ନେଇ ଏକ ଛାତ୍ର ନେତୃତ୍ୱ ସମାବେଶ ଜୁନାଗଡ଼ ଟାଉନ ହଲ୍ ଠାରେ ଅନୁଷ୍ଠିତ ହୋଇଯାଇଛି । ଆଗାମୀ ଦିନରେ କଳାହାଣ୍ଡି ଜିଲ୍ଲାର ସମସ୍ତ ବ୍ଳକରେ ଯୁବ-ଛାତ୍ର ସାଂଗଠନକୁ ମଜଭୂତ କରିବା ପାଇଁ ଏହିଭଳି ସମାବେଶ ଆୟୋଜନ କରାଯିବ ବୋଲି ନିଷ୍ପତ୍ତି ନିଆଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଜୁନାଗଡ଼ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର ଯୋଗଦେଇ ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିବା ସହ ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।
ଅନ୍ୟ ମାନଙ୍କ ମଧ୍ୟରେ ରାଜ୍ୟ ଛାତ୍ର ବିଜେଡ଼ି କାର୍ଯ୍ୟକାରୀ ସଭାପତି ଅବିନାଶ ଠାକୁର, ଜିଲ୍ଲା ଯୁବ ବିଜେଡ଼ି ସଭାପତି ଆଦିତ୍ୟ ନନ୍ଦ, ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ସୁଧିରା ମେହେର, ଛାତ୍ର ବିଜେଡ଼ି ସଭାପତି ଅଜିତ ସାହୁ, ଏନଏସି ଉପାଧ୍ୟକ୍ଷା ହିମାଦ୍ରୀ ନାଏକ, ବ୍ଳକ ବିଜେଡି ସଭାପତି ପ୍ରମୋଦ ବେହେରା, ଯୁବ ନେତା ମହେଶ ସାହୁ, ଦିନେଶ ବଗର୍ତ୍ତି ପ୍ରମୁଖ ମଞ୍ଚାସିନ ଥିଲେ।