ତାଲଗୁଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସମ୍ବର୍ଦ୍ଧନା ସଭା 

ଓଡ଼ିଆ ବାର୍ତ୍ତା/ ଜୟପାଟଣା (ଧନେଶ୍ଵର ପୁଞ୍ଜି): ଜୟପାଟଣା ବ୍ଳକ ଅଧିନସ୍ଥ ତାଲଗୁଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ପ୍ରଧାନ ଶିକ୍ଷକ ପ୍ରଫୁଲ୍ଲ କୁମାର ବେହେରାଙ୍କ ଅଧ୍ୟକ୍ଷତାରେ ଏକ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଅଛି। ଏଥିରେ ଜିଲ୍ଲା ପ୍ରାଥମିକ ଶିକ୍ଷକ ସଂଘର ବରିଷ୍ଠ ଉପଦେଷ୍ଟା ଗଣେଶ ପ୍ରସାଦ ବେହେରା ମୁଖ୍ୟ ଅତିଥି, ମୁଖ୍ୟ ବକ୍ତା ଭାବରେ ପୂର୍ବତନ ବିଆରସିସି ରଜନୀକାନ୍ତ ଠାକୁର, ସମ୍ମାନୀତ ଅତିଥି ଭାବେ ଉପଦେଷ୍ଟା ଭୁବନେଶ୍ୱର ପଟ୍ଟନାୟକ, ଏବିଇଓ ସୁରେନ୍ଦ୍ର ମୋହନ ଯୋଶୀ, ମୁଖିଗୁଡା ସରପଞ୍ଚ ଶ୍ରୀମତୀ ମହାଲିକ ପ୍ରମୁଖ ଉପସ୍ଥିତ ଥିଲେ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

ଏହି କାର୍ଯ୍ୟକ୍ରମରେ ଅବସରପ୍ରାପ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଧରମା ପ୍ରଧାନ ଏବଂ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ନିର୍ମଳ ପୂର୍ଣ୍ଣ ଚନ୍ଦ୍ର ନାଏକଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଥିଲା । ଏହା ପରେ ନବ ନିଯୁକ୍ତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାତ କୁମାର ଖମାରୀଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଦେବା ସହିତ ଜୟପାଟଣା ବ୍ଲକ ନବନିର୍ବାଚିତ ପ୍ରାଥମିକ ଶିକ୍ଷକ ସଂଘର ସମସ୍ତ କର୍ମକର୍ତ୍ତା ମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା ।

Udyog Nursery
Udyogi Nursery

ଏହି କାର୍ଯ୍ୟକ୍ରମରେ ମଙ୍ଗଳପୁର ସିଆରସିସି ଦେବାଶିଷ ପଣ୍ଡା, ମୁଖିଗୁଡା ଆଞ୍ଚଳିକ ସାଧନା କେନ୍ଦ୍ର ଅଧିନସ୍ଥ ସମସ୍ତ ପ୍ରଧାନ ଶିକ୍ଷକ ଶିକ୍ଷୟିତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ । ସରିତା ପଟ୍ଟନାୟକ ଓ ବିଜୟୀ ହିମାଦ୍ରୀ ନନ୍ଦିନୀ ସାହୁ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିବା ବେଳେ ବିଦ୍ୟାଳୟ ପରିଚାଳନା କମିଟି ଅଧ୍ୟକ୍ଷ ହରିହର ସୁନା ଧନ୍ୟବାଦ ଅର୍ପଣ କରିଥିଲେ ।

 

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.