ଧର୍ମଗଡରେ ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଶୁଣାଣୀ ଶିବିର

ଓଡ଼ିଆ ବାର୍ତ୍ତା/ ଧର୍ମଗଡ (ଲବଣୀ ରାଉତ): ଧର୍ମଗଡ ବ୍ଲକ କାର୍ଯ୍ୟାଳୟ ପରିସରରେ ଥିବା ଅଭ୍ୟର୍ଥନା ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ଙ୍କ ଯୁଗ୍ମ ଜନ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣୀ ଶିବିରରେ ଜିଲ୍ଲାପାଳ ଙ୍କ ସମେତ ଜିଲ୍ଲା ପ୍ରକଳ୍ପ ଅଧିକାରୀ ସଚିନ ପାୱାର ପ୍ରକାଶ, ଉପଜିଲ୍ଲାପାଳ ଧର୍ମଗଡ ବେଦଭୂଷଣ, ବିଡ଼ିଓ ଶରତ କୁମାର ସେଠୀ, ବ୍ଲକ୍ ଅଧ୍ୟକ୍ଷା ବବିତା ପଟ୍ଟଯୋଶୀ ଙ୍କ ସମେତ ଗ୍ରାମ୍ୟ ଉନ୍ନୟନ ବିଭାଗ, ପୂର୍ତ୍ତ ବିଭାଗ, ପାନୀୟ ଜଳ ଯୋଗାଣ ବିଭାଗ, ଯୋଗାଣ ବିଭାଗ ଅଗ୍ନିଶମ ବିଭାଗ, ପୁଲିସ ବିଭାଗ, ବନ ବିଭାଗ, ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ ଭଳି ଅନେକ ଗୁରୁତ୍ଵପୂର୍ଣ୍ଣ ବିଭାଗର ଅଧିକାରୀ ମାନେ ଉପସ୍ଥିତ ରହିଥିଲେ । ଏହି ଅଭିଯୋଗ ଶୁଣାଣି ଶିବିରରେ ମୋଟ ୯୭ ଟି ଅଭିଯୋଗ ପଞ୍ଜିକରଣ ହୋଇଥିବା ବେଳେ ଏଥିମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ୭୦ ଟି ର ଶୁଣାଣୀ ହୋଇଥିବା ବେଳେ ୨୭ ଟି ସାମୁହିକ ଅଭିଯୋଗର ଶୁଣାଣି ହୋଇଥିବା ଧର୍ମଗଡ ବିଡ଼ିଓ ଶରତ କୁମାର ସେଠୀ ସୂଚନା ଦେଇଛନ୍ତି ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.