ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ ରାକ୍ସିରେ ଅବିଭାବକ ସମ୍ମିଳନୀ

• ଯୋଗଦେଲେ ଶତାଧିକ ଅଭିଭାବକ

• ସମ୍ମିଳନୀର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ସଂପର୍କରେ ଆଲୋକପାତ କଲେ ପ୍ରଧାନ ଶିକ୍ଷୟିତ୍ରୀ 

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ନର୍ଲା ବ୍ଲକ ଅଧିନସ୍ଥ ରାକ୍ସି ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଅଭିଭାବକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏନେଇ ଆୟୋଜିତ କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସ୍ୱପ୍ନା ନାଏକ ଅଧ୍ୟକ୍ଷତା କରି ସ୍ୱଗାତ ଭାଷଣ ପ୍ରଦାନ କରିବା ସହ ସରକାରଙ୍କ ଠାରୁ ଆସୁଥିବା ବିଭିନ୍ନ ଅନୁଦାନ, ଛାତ୍ରଛାତ୍ରୀଙ୍କୁ ଶିକ୍ଷାଦାନ ପ୍ରଣାଳୀ ଓ ଅଭିଭାବକ ସମ୍ମିଳନୀ ଉପରେ ବିସ୍ତୃତ ଭାବରେ ଆଲୋକପାତ କରିଥିଲେ । ଏଥିରେ ଅତିଥି ଭାବରେ ରାକ୍ସି ସରପଞ୍ଚ ଯେମନ୍ତ ପୋଢ଼, ବିଦ୍ୟାଳୟ ପରିଚାଳନା କମିଟି ସଭାପତି କେଦାର ଭୋଇ ଯୋଗଦାନ କରି ମାର୍ଗଦର୍ଶନ ଦେଇଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଶତାଧିକ ଅଭିଭାବକ ଯୋଗଦାନ କରି ଆଲୋଚନାରେ ସକ୍ରୀୟ ଅଂଶ ଗ୍ରହଣ କରିଥିଲେ । ଗଣିତ ଶିକ୍ଷକ ପରମାନନ୍ଦ ସେନାପତି ଓ ରୀନା ପରିଡା କାର୍ଯ୍ୟକ୍ରମ ପରିଚାଳନା କରିଥିବାବେଳେ ବରିଷ୍ଠ ଶିକ୍ଷକ ଅଶୋକ କୁମାର ଧଙ୍ଗଡାମାଝୀ ଧନ୍ୟବାଦ ଅର୍ପଣ କରିଥିଲେ । ବିଦ୍ୟାଳୟର ଶିକ୍ଷକ ହୃଦାନନ୍ଦ ଶବର, ଶଙ୍କର୍ଷଣ ଗୌଡ଼, ରଜନୀ ବିଶ୍ୱାଳ ଓ ଶିକ୍ଷୟିତ୍ରୀ ରଶ୍ମିତା ତ୍ରିପାଠୀ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ । 

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.