ଓଡ଼ିଆ ବାର୍ତ୍ତା/ କୋକସରା (ହିରଣ୍ୟ ବେହେରା): ପଶ୍ଚିମ ଓଡିଶା ବିକାଶ ପରିଷଦର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଅଜିତ କୁମାର ମିଶ୍ର ଶୁକ୍ରବାର କୋକସରା ବ୍ଳକ ଖଲିଗଡ଼ ସାହାଜଖୋଳ ସଂରକ୍ଷିତ ଜଙ୍ଗଲ ମଧ୍ୟରେ ଥିବା ପର୍ଯ୍ୟଟନ ସ୍ଥଳୀ ଗୁଡହାଣ୍ଡି ଡୋକରିଚଞ୍ଚରା ପରିଦର୍ଶନ କରି ଉନ୍ନୟନ କାର୍ଯ୍ୟର ସ୍ଥିତି ଅନୁଧ୍ୟାନ କରିଛନ୍ତି। ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ମିଶ୍ର ପର୍ଯ୍ୟଟନ ସ୍ଥଳୀରେ ପହଞ୍ଚି ସେଠାରେ ଚାଳିଥିବା ଉନ୍ନୟନ କାର୍ଯ୍ୟ ବୁଲି ଦେଖିବା ସହ ଆଗକୁ ପର୍ଯ୍ୟଟନ ସ୍ଥଳୀର ଭିତ୍ତିଭୂମିର ବିକାଶ ଓ ଇକୋ ଟୁରିଜମ ଉପରେ ଆଲୋଚନା କରିଥିବା ଜଣାପଡ଼ିଛି। ଏହି ପରିଦର୍ଶନ ସମୟରେ ତାଙ୍କ ସହ କୋକସରା ବ୍ଲକ ଉପାଧ୍ୟକ୍ଷ ରାଜୀବ ଅଗ୍ରୱାଲ, କୋକସରା ବିଡ଼ିଓ ଉତ୍ତମ ବାଗ, ଯୋଜନା ଅଧିକାରୀ ସୁନିଲ କୁମାର ନାୟକ ସହକାରୀ ଯନ୍ତ୍ରୀ ସର୍ବେଶ୍ୱର ପ୍ରଧାନ, କନିଷ୍ଠ ଯନ୍ତ୍ରୀ କିର୍ତ୍ତି ବେହେରା, ଧର୍ମଗଡ଼ ରେଞ୍ଜ ଅଧିକାରୀ ଭବାନୀ ଶଙ୍କର କଁଅର ଓ ଗୁଡାହାଣ୍ଡି ଉନ୍ନୟନ କମିଟିର କର୍ମକର୍ତ୍ତା ଉପସ୍ଥିତ ଥିଲେ ।