ସିଦ୍ଧି ଓ ଶୁଦ୍ଧିର ଦିବସ ଅକ୍ଷୟ ତୃତୀୟା

ବିଶ୍ବବିଜୟୀ ଦାଶ

ବୈଶାଖ ମାସ ଶୁକ୍ଳପକ୍ଷ ତୃତୀୟା ଦିନଟି ଅକ୍ଷୟ ତୃତୀୟା ଭାବେ ପରିଚିତ । କୃଷକମାନେ ଏହାକୁ ବଡ଼ ଶୁଦ୍ଧି ଓ ସିଦ୍ଧିର ଦିବସ ଭାବେ ପାଳନ କରିଥାନ୍ତି । କୃଷକ ଏହି ଦିନ ଅମୃତ ବେଳାରେ ଅକ୍ଷିମୁଠି (ଅକ୍ଷୟମୁଠି) ଅନୁକୂଳ କରି କୃଷିକାର୍ଯ୍ୟର ଶୁଭାରମ୍ଭ କରିଥାଏ । ଶୁଭଦିନ ଭାବେ ମନେକରି ଏହିଦିନ ଗୃହନିର୍ମାଣ, ନିର୍ବନ୍ଧ, ବିବାହ, ଉପନୟନ ପ୍ରଭୃତି ଶୁଭକର୍ମ ଅନୁଷ୍ଠିତ ହୁଏ ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

ଚାଷୀ ନିଜ ସ୍ତ୍ରୀଠାରୁ ହଳଦୀ, ଚନ୍ଦନ, ସିନ୍ଦୂର ବୋଳା ଧାନ ବିହନପୂର୍ଣ୍ଣ ନୂଆ ଗଉଣିକୁ ଶଙ୍ଖ ହୁଳହୁଳି ମଧ୍ୟରେ ମୁଣ୍ଡରେ ଥୋଇ ଏବଂ ଅନ୍ୟ ଏକ ନୂତନ ଟୋକେଇରେ ପିଠା ନେଇ ହଳଲଙ୍ଗଳ ଧରି କ୍ଷେତକୁ ଯାଏ । ସେଠାରେ ଲକ୍ଷ୍ମୀ ଠାକୁରାଣୀଙ୍କୁ ଭୋଗଦେଇ ଉକ୍ତ ନୈବେଦ୍ୟ କିଆରୀର ଈଶାଣ କୋଣରେ ପୋତି ହଳ ବୁଲାଏ ଓ ମୁଠାମୁଠା ବିହନ କିଆରୀରେ ବୁଣେ ।

Udyog Nursery
Udyogi Nursery

ସେହିପରି ଏହି ଦିନ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ୪୨ ଦିନ ବ୍ୟାପି ଚାଲିବାକୁ ଥିବା ଚନ୍ଦନ ଯାତ୍ରାର ଶୁଭାରମ୍ଭ ହୋଇଥାଏ । କୁହାଯାଏ ଏହି ଦିନରେ ସତ୍ୟଯୁଗର ଆରମ୍ଭ ହୋଇଥିଲା । ବେଦବ୍ୟାସ ଏବଂ ପ୍ରଭୁ ଶ୍ରୀ ଗଣେଶ ଏହି ଦିନରେ ମହାଭାରତ ଲେଖିବା ଆରମ୍ଭ କରିଥିଲେ । ନୂଆ ଗହଣା କିଣିବା, ନୂଆ କରି ବ୍ୟବସାୟ ଆରମ୍ଭ କରିବା ଆଦି ଏହି ଦିନରେ ଆରମ୍ଭ କରିବା ଦ୍ୱାରା ଏହା ଶୁଭ ହୋଇଥାଏ ବୋଲି ବିଶ୍ୱାସ ରହିଛି ।

ଏହି ତିଥିରେ ଶ୍ରୀଜୀଉମାନଙ୍କର ରଥନିର୍ମାଣ ପାଇଁ ଅନୁକୂଳ କରାଯାଏ । ଶ୍ରୀଜଗନ୍ନାଥ ମନ୍ଦିର ସମ୍ମୁଖସ୍ଥ ରଥଖଳାରେ ଶ୍ରୀମନ୍ଦିର ପୁରୋହିତ, ରାଜଗୁରୁ ଓ ସ୍ତ୍ରୋତୀୟ ବ୍ରାହ୍ମଣମାନେ ବନଯୋଗ ପୂଜା ସମ୍ପାଦନା କରିବାର ବିଧି ରହିଛି । ରୂପକାର, କମାର, ଚିତ୍ରକର, ଭୋଇ, ଅମୀନ ସେବକମାନଙ୍କ ଉପସ୍ଥିତିରେ ବିଶ୍ୱକର୍ମାଙ୍କ ଶାଢୀବନ୍ଧା ନୀତି ପାଳିତ ହୁଏ । ରଥ ସଂହିତା ଓ ଶିଳ୍ପଶାସ୍ତ୍ର ଅବଲମ୍ବନରେ ରଥନିର୍ମାଣ କରାଯାଏ ।

ଗମ୍ଭାରିମୁଣ୍ଡା, ବାଣପୁର, ଖୋର୍ଦ୍ଧା
ପିନ୍- ୭୫୨୦୩୫
ମୋବାଇଲ ନଂ: ୬୩୭୦୨୦୮୪୨୮

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.