ବାଲିଗୁଡାର ଐତିହାସିକ ଠାକୁରାଣୀ ଯାତ୍ରାର ବିଶ୍ରାମ ଦିବସ: ବ୍ରହ୍ମପୁରର ଭଜନ ସନ୍ଧ୍ୟାରେ ଝୁମିଲେ ଭକ୍ତ ଓ ଦର୍ଶକ

ଓଡ଼ିଆ ବାର୍ତ୍ତା/ କନ୍ଧମାଳ (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା’ ପାଟଖଣ୍ଡା ଠାକୁରାଣୀଙ୍କ ଐତିହାସିକ ଠାକୁରାଣୀ ଯାତ୍ରା ମା’ ପାଟଖଣ୍ଡା ଦୁର୍ଗାପୂଜା ସମିତି ଆନୁକୁଲ୍ୟରେ ଆୟୋଜିତ ହେଉଛି l ମା’ ବରାଳ ଦେବୀ ମନ୍ଦିର ପ୍ରାଙ୍ଗଣରେ ହୋଇଥିବା ଅସ୍ଥାୟୀ ପୀଠରେ ଆୟୋଜକ ସମିତି ଦ୍ୱାରା ଗୁରୁବାର ପଞ୍ଚମ ଦିନରେ ମା’ ଙ୍କ ଘଟକୁ ଆଜି ସୁସଜିତ କରାଯାଇଛି l ଗୁରୁବାର ମା ‘ଙ୍କ ର ବିଶ୍ରାମ ଦିବସ ଥିବାରୁ ସନ୍ଧ୍ୟା ରେ ବହୁ ଭକ୍ତ ଓ ଦର୍ଶକ ଙ୍କ ସମାଗମ ହୋଇଥିଲା l ସକାଳ ଓ ସନ୍ଧ୍ୟାର ଆଳତୀ ପରେପରେ ଭକ୍ତ ମାନଙ୍କୁ ଏହି ଅସ୍ଥାୟୀ ପୀଠ ରେ ମା ‘ପାଟଖଣ୍ଡାଙ୍କ ସମେତ ବରାଳଦେବୀ, ମହାମାୟୀ, ମା’ ଦୂର୍ଗା, ଡେଙ୍ଗଶୀଳ, ଏବଂ ମା’କାଳୀଙ୍କ ଘଟ ଦର୍ଶନ ଦେଉଛନ୍ତି । ସନ୍ଧ୍ୟା ଆଳତୀ ପରେ ପ୍ରତିଦିନ ନଗର ପରିକ୍ରମା ରେ ଶହ ଶହ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ସମାଗମ ହେଉଛି । ଏହି ୨୧ ଦିନ ଭିତରେ ମା ବାଲିଗୁଡାର ବିଭିନ୍ନ ସାହି ପରିକ୍ରମା କରିବେ। ଏହି ଯାତ୍ରା ନିମନ୍ତେ ଆୟୋଜକ ସମିତି ଦ୍ୱାରା ପ୍ରତିଦିନ ସନ୍ଧ୍ୟାରେ ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ର ଆୟୋଜନ ହେଉଥିବା ସହ ପ୍ରସାଦ ସେବନ ର ବ୍ୟବସ୍ଥା ମଧ୍ୟ କରାଯାଇଛି l ଅସ୍ଥାୟୀ ପୀଠରେ ମା’ ଙ୍କ ମିଠାଭୋଗ ନିମନ୍ତେ ଏକ ମିଷ୍ଠାନ୍ନ କେନ୍ଦ୍ର ଖୋଲା ଯାଇଛି l ୨୭ ତାରିଖ ଗୁରୁବାର ଥିବା ଯୋଗୁଁ ମା’ଙ୍କର ବିଶ୍ରାମର ଦିନ ରହିଛି ,ଏଣୁ ସନ୍ଧ୍ୟା ରେ ଏହି ଅବସରରେ ଅସ୍ଥାୟୀ ପୀଠ ନିକଟରେ ବ୍ରହ୍ମପୁର ଅଞ୍ଚଳର “ନୀଳଚକ୍ର ଭଜନ ସନ୍ଧ୍ୟା “କାର୍ଯ୍ୟକ୍ରମ କୁ ଆନୁଷ୍ଠାନିକ ଭାବେ ପ୍ରଦୀପ ପ୍ରଜ୍ଜଳନ କରି ଉଦଘାଟନ କରିବା ପରେ ଆୟୋଜନ ହୋଇଥିଲା l ଏଥିରେ ବ୍ରହ୍ମପୁର ଗ୍ରୁପ ର ଭଜନ, ଗୀତ ଓ ସଙ୍ଗୀତ ରେ ଝୁମିଥିଲେ ହଜାର ହଜାର ଭକ୍ତ ଓ ଦର୍ଶକ l ୨୧ ଦିନ ଧରି ଆୟୋଜିତ ହେଉଥିବା ଏହି ପୁଜାକାର୍ଯ୍ୟ ସମ୍ପାଦନ କରିବା ନିମନ୍ତେ ପୁଜକ ଶ୍ରୀକାନ୍ତ ପଣ୍ଡା, ସଂଜୟ କୁମାର ଦାସ, ନିଳକଣ୍ଠ ମିଶ୍ର, ଟୁଲୁ ପାଢି, ପୁର୍ଣ୍ଣଚନ୍ଦ୍ର ଶତପଥୀ ଙ୍କ ସମେତ ଅନ୍ୟ ପୂଜକ ମାନେ ପୁଜା କାର୍ଯ୍ୟରେ ସାମିଲ ଅଛନ୍ତି । ଆୟୋଜକ ସମିତିର ସମସ୍ତ ସଦସ୍ୟ ମାନେ ଉପସ୍ଥିତ ରହି ପରିଚାଳନା ରେ ସହଯୋଗ କରୁଛନ୍ତି । ଆଇନ ଶୃଙ୍ଖଳାକୁ ଆଖି ଆଗରେ ରଖି ଉପଖଣ୍ଡ ଆରକ୍ଷୀ ଅଧିକାରୀ ରୋହିତ ବର୍ମା ଙ୍କ ନିର୍ଦେଶରେ ସ୍ଥାନୀୟ ଥାନା ଅଧିକାରୀ ବାବା ଶଙ୍କର ସରାଫଙ୍କ ନେତୃତ୍ୱ ରେ ସମସ୍ତ ଛକ ତଥା ଗହଳି ପୂର୍ଣ୍ଣ ଅଞ୍ଚଳ ରେ ବ୍ୟାପକ ପୋଲିସ ମୁତୟନ ରହି ଟ୍ରାଫିକ ବ୍ୟବସ୍ଥା ଓ ଶାନ୍ତି ଶୃଙ୍ଖଳାରେ ନିୟୋଜିତ ଥିବା ଜଣାପଡିଛି l

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.