ବିଶ୍ବନାଥପୁରଠାରେ ବିଜେଡ଼ିର ସମୀକ୍ଷା ବୈଠକ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): ଲାଞ୍ଜିଗଡ଼ ବ୍ଲକ ମୁଖ୍ୟାଳୟ ବିଶ୍ୱନାଥପୁର ନିକଟସ୍ଥ ଭିଆରଓଠାରେ ବିଜେଡ଼ି ପକ୍ଷରୁ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟଅତିଥି ଭାବେ ଲାଞ୍ଜିଗଡ଼ ବିଧାୟକ ପ୍ରଦୀପ କୁମାର ଦିଶାରୀ ଯୋଗଦେବା ସହ ଲାଞ୍ଜିଗଡ଼ ବ୍ଲକର କର୍ମୀମାନଙ୍କୁ ଏକଜୁଟ୍ ହୋଇ ଦଳ ପାଇଁ କାମ କରିବାକୁ ଆହ୍ବାନ ଦେଇଥିଲେ । ଏହି ଅବସରରେ ପୂର୍ବତନ ବିଧାୟକ ଶିବାଜୀ ମାଝୀ, ବିଧାୟକଙ୍କ ପ୍ରତିନିଧି ପ୍ରଦୀପ କୁମାର ଘଡ଼େଇ, ଲାଞ୍ଜିଗଡ଼ ବ୍ଳକ ଅଧ୍ୟକ୍ଷା କମଳା ପାତ୍ର, ଉପାଧ୍ୟକ୍ଷ ସଞ୍ଜୀବ କୁମାର ନାଏକ, ଜିଲ୍ଲାପରିଷଦ ସଦସ୍ୟା ଅଞ୍ଜଳି ମାଝୀ, ପରୀକ୍ଷିତ ନାଏକ, ବରିଷ୍ଠ ବିଜେଡି ନେତା ଶ୍ରୀଧର ପେସନିଆ, ବିଜେଡି ନେତା ଜଗଦୀଶ ବେନିଆଁ, ତରୁଣ କୁମାର ଦାସ, ମନୋରଞ୍ଜନ ବିଶି, ହିମାଦ୍ରୀ ପେସନିଆ, ବ୍ଲକ ଯୁବ ବିଜେଡି ସଭାପତି ଡିଲେଶ କୁମାର ନାଗ, ବିଜେଡି ଜୋନ ସଭାପତି ଚନ୍ଦ୍ରଶେଖର ମହାପାତ୍ର, ଲକି ମାଝୀ, ବିଶ୍ଵନାଥପୁର ସରପଞ୍ଚ ସୁରଥ ମାଝୀ, ଟଙ୍କଧର ମାଝୀଙ୍କ ସମେତ ୨୬ ଗୋଟି ଗ୍ରାମ ପଞ୍ଚାୟତ ଅଞ୍ଚଳର ବିଜେଡ଼ି ନେତା ଓ କର୍ମୀ ଯୋଗ ଦେଇଥିଲେ । ଆଗାମୀ ୨୦୨୪ ନିର୍ବାଚନକୁ ଦୃଷ୍ଟିରେ ରଖି ଏଇ ବୈଠକରେ ସବିଶେଷ ଆଲୋଚନା ହୋଇଥିଲା।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.