ସାରା ଓଡ଼ିଶାରେ ପାଳିତ ହେଲା ସାବିତ୍ରୀ ବ୍ରତ

ସ୍ୱାମୀଙ୍କ ମଙ୍ଗଳ ଓ ଦୀର୍ଘଜୀବନ କାମନା କରି ଓଷା ପାଳନ କଲେ ସଧବା ମହିଳା

ଓଡ଼ିଆ ବାର୍ତ୍ତା/ ଭୁବନେଶ୍ୱର (ନିଲେଶ କୁମାର ନାଗ): ଆଜି ହେଉଛି ସଧବା ହିନ୍ଦୁ ନାରୀଙ୍କ ଲାଗି ସବୁଠାରୁ ବଡ଼ ପର୍ବ ସାବିତ୍ରୀ ଓଷା। ସ୍ୱାମୀଙ୍କ ମଙ୍ଗଳ ଓ ଦୀର୍ଘାୟୁ କାମନା କରି ବ୍ରତ ପାଳୁଛନ୍ତି ହିନ୍ଦୁ ସଧବା ମହିଳା। ଆଜି ରାଜ୍ୟର ସବୁଠି ସଧବା ମହିଳାମାନେ ମହାସତୀ ସାବିତ୍ରୀଙ୍କ ପତିଭକ୍ତିକୁ ମନେ ପକାଇ ପୂଜାର୍ଚ୍ଚନା କରୁଛନ୍ତି। କେହି କେହି ମନ୍ଦିରକୁ ଯାଇ ପୂଜାର୍ଚ୍ଚନା କରୁଛନ୍ତି ତ ପୁଣି ଅନ୍ୟମାନେ ଘରକୁ ପୂଜକଙ୍କୁ ଡକାଇ ପୂଜା କରୁଛନ୍ତି। ସକାଳ ହେଉ ହେଉ ମଥାରେ ସିନ୍ଦୂର, ହାତରେ ନୂଆ ଚୁଡ଼ି, ରଙ୍ଗ ବେରଙ୍ଗ ଶାଢିରେ ସଜେଇ ହୋଇ କେହି କେହି ସଧବା ମହିଳା ମନ୍ଦିରରେ ପହଞ୍ଚିଛନ୍ତି ତ ଆଉ କେହି ଘରେ ପୂଜା କରୁଥିବା ପରିଲକ୍ଷିତ ହେଉଛି। ଏହି କାରଣରୁ ବିଭିନ୍ନ ମନ୍ଦିରରେ ଭିଡ଼ ମଧ୍ୟ ଦେଖିବାକୁ ମିଳୁଛି। ଜ୍ୟେଷ୍ଠ ଅମାବାସ୍ୟା ‘ସାବିତ୍ରୀ ଅମାବାସ୍ୟା’ ଭାବରେ ଖ୍ୟାତ ଏବଂ ପ୍ରତି ଓଡ଼ିଆ ଘରେ ଏହା ସଧବା ସ୍ତ୍ରୀମାନଙ୍କର ଏକ ପବିତ୍ର ବ୍ରତ ରୂପେ ପାଳିତ ହୁଏ। ଆଜି ମହାସତୀ ସାବିତ୍ରୀ ପତି ସତୟବାନଙ୍କୁ ଯମଙ୍କ ନିକଟରୁ ଫେରାଇ ଆଣିବାରେ ସକ୍ଷମ ହୋଇଥିଲେ ବୋଲି ପୁରାଣରେ ବର୍ଣ୍ଣିତ ହୋଇଛି। ଏ ବ୍ରତକଥାର ବାର୍ତ୍ତା ହେଉଛି- ଜ୍ୟେଷ୍ଠ ଅମାବାସ୍ୟା ଦିନ ଯିଏ ସାବିତ୍ରୀଙ୍କ ନାମ ସ୍ମରଣ କରି ବ୍ରତ କରିବ, ସେ ଜନ୍ମେ ଜନ୍ମେ ସଧବା ରହିବ। ପତିପରାୟଣା ଓ ପୁତ୍ରବତୀ ହୋଇ ଅନ୍ତିମ କାଳରେ ବୈକୁଣ୍ଠ ପୁରକୁ ଯିବ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.